Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ରାଜ୍ୟରେ ବଢିବ ବର୍ଷାର ପରିମାଣ; ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 

Odisha

ରାଜ୍ୟରେ ବଢିବ ବର୍ଷାର ପରିମାଣ; ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 

Smruti Parija
Browse all articles by Smruti Parija
·1 year ago·1 min read
ରାଜ୍ୟରେ ବଢିବ ବର୍ଷାର ପରିମାଣ; ୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 

ଭୁବନେଶ୍ୱର: ରାଜ୍ୟରେ ବଢିବ ବର୍ଷାର ପରିମାଣ ।  ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଏନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରୁଥିବା ବେଳେ ମୌସୁମୀ ଟ୍ରପଲାଇନର ପ୍ରଭାବ ରହୁଛି । ଫଳରେ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । 

ଅଧିକାଂଶ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୮ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା ୨୬ ତାରିଖ ଯାଏଁ ଜାରି ରହିବ ବର୍ଷା । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୦୯.୭ ମିମି ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ୧୯ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଦେଶରେ ଆରମ୍ଭ ହୋଇଛି ମୌସୁମୀର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ।

ପୁଣି ଘୂର୍ଣ୍ଣିବଳୟ: ୨୬ ତାରିଖ ଯାଏ ପ୍ରବଳ ବର୍ଷା

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Increased rainfall in the state; Yellow warning to 8 districts | Argus News