Videos
|
Odisha

ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଶଙ୍କରାଚାର୍ଯ୍ୟଙ୍କୁ ନିମନ୍ତ୍ରଣ

ଅର୍ଗସ ବ୍ୟୁରୋ:  ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ଆଜି କରାଯିବ ନିମନ୍ତ୍ରଣ । ଆଜି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ ମଧ୍ୟପ୍ରଦେଶର ଉଜ୍ଜୟନୀ ଯାତ୍ରା କରି ଜଗତଗୁରୁଙ୍କୁ ନିମନ୍ତ୍ରଣ ପତ୍ର ଦେବେ । ସେଠାରେ ଜଗତଗୁରୁଙ୍କ ସହ ଵିସ୍ତ୍ରୃତ ଭାବରେ ପରିକ୍ରମା ପ୍ରକଳ୍ପର ଯଜ୍ଞ ଓ ହୋମ ଆଦି ବିଧିବିଧାନ ସମ୍ପର୍କରେ ଆଲୋଚନା କରାଯିବ ।

ନିମନ୍ତ୍ରଣ ପତ୍ର ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ପରିଚାଳନା କମିଟିର ତିନିଜଣ ସଦସ୍ୟ ବାହାରି ଭୁବନେଶ୍ବରରେ ପହଞ୍ଚିବା ପରେ ସେଠାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ସହ ଉଜ୍ଜୟିନୀ ଯିବେ । ତେବେ ବାରମ୍ବାର ଶ୍ରୀମନ୍ଦିର ପ୍ରଶାସନ ପ୍ରତ୍ୟେକଟି କ୍ଷେତ୍ରରେ ଜଗତଗୁରୁଙ୍କୁ ଅଣଦେଖା କରୁଥିବା ନେଇ କ୍ଷୋଭ କରୁଥିବାବେଳେ ନିମନ୍ତ୍ରଣ ପତ୍ର ସ୍ୱୀକାର କରି ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ବିଶ୍ବାସ ରହିଥିବା ପରିଚାଳନା କମିଟିର ସଦସ୍ୟ ଜଗନ୍ନାଥ କର କହିଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 

Invitation to Shankaracharya to inaugurate the temple pilgrimage tour project | Argus News