Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଡ ଖବର: ମାଡି ଆସୁଛି ବାତ୍ୟା ? ?

Banajyotshna Ray
Browse all articles by Banajyotshna Ray
·2 years ago·1 min read
ବଡ ଖବର:  ମାଡି ଆସୁଛି ବାତ୍ୟା ? ?

ଅର୍ଗସ ବ୍ୟୁରୋ:  ଆସୁଛି ବାତ୍ୟା। ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଓଡିଶାକୁ ବାତ୍ୟା ଭୟ। ୨୦ରୁ ୨୧ ତାରିଖ ମଧ୍ୟରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ବର୍ଷା ନେଇ ପାଣିପାଗ ବିଶେଷଜ୍ଞଙ୍କ ଆକଳନ । ସମୁଦ୍ରରେ ଅଧିକ ଘନିଭୂତ ହୋଇ ନେଇପାରେ ଅବପାତରୂ ରୂପ। ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବର୍ଷର ପ୍ରଥମ ବାତ୍ୟା।ବାତ୍ୟା ନେଇ କୌଣସି ପୂର୍ବାନୁମାନ କରିନାହିଁ ଆଇଏମଡି।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ । ଆଗାମୀ 22 ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତିକରିବାର ସମ୍ଭାବନା ଥିବାବେଳେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ 24ରେ ଅବପାତରେ ପରିଣତ ହେବ l ଏହା ପ୍ରଭାବରେ 24ରେ ଦକ୍ଷିଣ ଓଡ଼ିଶା ଏବଂ 25ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Is there a storm coming | Argus News