Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜି ବି ହେବ ଅସମ୍ଭାଳ ଖରା , ୪୩ ଡିଗ୍ରୀ ଅତିକ୍ରମ କରିପାରେ ତାପମାତ୍ରା

Odisha

ଆଜି ବି ହେବ ଅସମ୍ଭାଳ ଖରା , ୪୩ ଡିଗ୍ରୀ ଅତିକ୍ରମ କରିପାରେ ତାପମାତ୍ରା

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
ଆଜି ବି ହେବ ଅସମ୍ଭାଳ ଖରା , ୪୩ ଡିଗ୍ରୀ ଅତିକ୍ରମ କରିପାରେ ତାପମାତ୍ରା

ରାଜ୍ୟରେ ଆଜି ବି ହେବ ଅସମ୍ଭାଳ ଖରା । ୪୩ ଡିଗ୍ରୀ ଅତିକ୍ରମ କରିପାରେ ତାପମାତ୍ରା ।ତେଣୁ ଗ୍ରୀଷ୍ମ ପ୍ରବାହ ସହ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ଢେଙ୍କାନାଳ ଏହି ୮ ଜିଲ୍ଲାକୁ ଗ୍ରୀଷ୍ମ ପ୍ରବାହ ବା ହିଟୱେଭ୍ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।


ଆସନ୍ତାକାଲି କିଛି ଜିଲ୍ଲାରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡ଼ା ଏହି ୬ ଜିଲ୍ଲାକୁ ପ୍ରବଳ ଖରା ପାଇଁ ଆଲର୍ଟ ଜାରି ହୋଇଛି । କାଲି ପରଠୁ ତାପମାତ୍ରା ଧୀରେ ଧୀରେ କମିବ । ୨ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ଘଟିପାରେ । ୩୦ ତାରିଖ ପରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ୨, ୩ ଓ ୪ ତାରିଖରେ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
It will be unbearably hot today too, temperatures could cross 43 degrees | Argus News