Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କାଲି ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 

Manini Pattanayak
Browse all articles by Manini Pattanayak
·1 year ago
କାଲି ପାଇଁ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 

ଭୁବନେଶ୍ୱର : କାଲି ପୁଣି ବଢ଼ିବ ବର୍ଷା। ଆସନ୍ତାକାଲି ପାଇଁ ୧୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ଭଦ୍ରକ, ବାଲେଶ୍ବର, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୪ ତାରିଖରେ ଅଧିକାଂଶ ଜିଲ୍ଲାରେ ବର୍ଷାର ପରିମାଣ କମିପାରେ। ୧୪ରେ କେବଳ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଏବଂ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ଆଜି ପାଇଁ କୌଣସି ୱାର୍ଣ୍ଣିଂ ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ। 

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
It will rain again from tomorrow, yellow warning has been issued to 18 districts for tomorrow | Argus News