ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ଛେଚିବ

ଭୁବନେଶ୍ୱର: ବର୍ତ୍ତମାନ ଓଡିଶା ଉପରେ ମୌସୁମୀ ଟ୍ରପ ଲଇଁ ଲାଇନ ସକ୍ରିୟ ରହିଛି। ଟ୍ରପ ଲାଇନ ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ଦିନ ଯାଏ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନ। ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ନୂଆପଡା, ବଲାଙ୍ଗୀର, ବରଗଡ଼ , ଝାରସୁଗୁଡା ଓ ସମ୍ବଲପୁର ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଏଲି ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ । ସେହିପରି ଆସନ୍ତାକାଲି ବର୍ଷାର ପରିମାଣ ଟିକିଏ କମ ରହିବା ସହ କୌଣସି ସତର୍କ ସୂଚନା ନଥିବା ବେଳେ ପୁଣି ୧୩ ତାରିଖରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୩୦. ୫ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୮ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୬୮୬.୮ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରି ରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି।ଗତ ୨୪ ଘଂଟାରେ ରାଜ୍ୟରେ କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଖୋର୍ଦ୍ଧା ବେଗୁନିଆରେ ୪୫ .୦୦ ମିମି ବର୍ଷା ରେକର୍ଡ ହୋଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର