Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅପରାହ୍ନ ୫ରୁ ରାତି ୧୦ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

Rashmita Mishra
Browse all articles by Rashmita Mishra
·1 year ago·1 min read
ଅପରାହ୍ନ ୫ରୁ ରାତି ୧୦ଟା ଯାଏଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି। ସାଧାରଣ ଭକ୍ତଙ୍କ ପାଇଁ ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ବନକଲାଗି ନୀତିରେ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତମହାପାତ୍ର ସେବାୟତ । ଅପରାହ୍ନ ୫ରୁ ରାତି ୧୦ଟା ଯାଏଁ ଦର୍ଶନ ବନ୍ଦ ।

ଆଜି ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର । ଚୈତ୍ର, ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏନେଇ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତ୍ର ୧୦ଟା ଅର୍ଥାତ ୫ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପ୍ରଥା ଓ ପରମ୍ପରା ଅନୁଯାୟୀ, ଶ୍ରୀମନ୍ଦିରରେ ପ୍ରତି ବୁଧବାର କିମ୍ବା ଗୁରୁବାର ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି ।

ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୫ଟାରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ । ପ୍ରାୟ ୫ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
jaga-darshan-closed-from-5-pm-to-10-pm | Argus News