Videos
|
Odisha

ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି; କାଲି 4 ଘଣ୍ଟା ଜଗା ଦର୍ଶନ ବନ୍ଦ

Smruti Parija
Browse all articles by Smruti Parija
·1 year ago·1 min read
ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି; କାଲି 4 ଘଣ୍ଟା ଜଗା ଦର୍ଶନ ବନ୍ଦ

Key Points

କାଲି 4 ଘଣ୍ଟା ଜଗା ଦର୍ଶନ ବନ୍ଦ

ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି

କାଲି ସଂଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ  ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ବା ଶ୍ରୀମୁଖ ଶୃଙ୍ଗାର ନୀତି ସମ୍ପନ୍ନ କରିବେ ।


ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ କାଲି ସଂଧ୍ୟା ୬ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
jagannath-darshan-bandh-for-4-hrs-tomorrow | Argus News