Videos
|
Odisha

Jagannath Temple / ମହାପ୍ରଭୁଙ୍କ ଶ୍ରୀମୁଖରେ ଲାଗିବ ସୁବର୍ଣ୍ଣ ରାହୁରେଖା, ଆଜି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

Ritu Das
Browse all articles by Ritu Das
·27 mins ago·1 min read
ମହାପ୍ରଭୁଙ୍କ ଶ୍ରୀମୁଖରେ ଲାଗିବ ସୁବର୍ଣ୍ଣ ରାହୁରେଖା, ଆଜି ସାଢ଼େ ୪  ଘଣ୍ଟା ବନ୍ଦ ରହିବ ଦର୍ଶନ
India

Key Points

ମହାପ୍ରଭୁଙ୍କ ଶ୍ରୀମୁଖରେ ଲାଗି ହେବ ସୁବର୍ଣ୍ଣର ରାହୂରେଖା
ଆଜି ସାଢ଼େ ୪ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ
ମହାପ୍ରଭୁଙ୍କ ଶ୍ରୀମୁଖରେ ଲାଗି ହେବ ସୁବର୍ଣ୍ଣର ରାହୂରେଖା । ଆଜି ସାଢ଼େ ୪ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ। ଅପରାହ୍ନ ୨ ଟା ୩୦ ଠାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ଆଜି ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ଟା ୩୦ ଠାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପ୍ରଥମ ଭୋଗମଣ୍ଡପ ସରିବା ପରେ ରାହୁରେଖା ଲାଗି ନୀତି ଆରମ୍ଭ ହେବ । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନର ସୂଚନା ଅନୁଯାଇ ଆଜି ଅପରାହ୍ନ ୨ଟା ୩୦ ଠାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସ୍ନାନ ପୂଣ୍ଣିମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ଵରରେ ପିଡୀତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ସୁନା ଚିତା ଓ ରାହୁରେଖାକୁ ମଇଲମ କରି ଦିଆଯାଇଥିଲା। ଗତ ଚିତା ଲାଗି ଅମାବାସ୍ୟାରେ ପରମ୍ପରା ମୁତାବକ ସୁନାଚିତା ଲାଗି ହୋଇଥଲା। ତେବେ ଆଜିର ଦିନରେ ଦେଉଳକରଣ, ତଢଉ କରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ।

ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ। ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ବାରା ଚତୁର୍ଦ୍ଧାମୂର୍ତ୍ତିଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ। ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: