କାଲି ବୈଶାଖ:କୃଷ୍ଣ ଅଷ୍ଟମୀ ତିଥି; ୫ ଘଣ୍ଟା ଜଗନ୍ନାଥ ଦର୍ଶନ ବନ୍ଦ

ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ଅପରାହ୍ନରେ ୫ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନ କରିପାରିବେନି ସର୍ବସାଧାରଣ । ଆସନ୍ତାକାଲି ୨୧ ଏପ୍ରିଲ, ସୋମବାର ବୈଶାଖ:କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଫଳରେ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସେପଟେ ଏପ୍ରିଲ ୩୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଏହି ଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଏନେଇ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି ।
📱 Get Argus News App
✨ଅକ୍ଷୟ ତୃତୀୟ ଠାରୁ ଆରମ୍ଭ ହେବାକୁଥିବା ଚନ୍ଦନଯାତ୍ରା ପାଇଁ ନୀତିନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ନୀତି ସବ୍ କମିଟିରେ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ଛତିଶାନିଯୋଗ ବୈଠକରେ ଅନୁମୋଦନ କରାଯାଇଛି । ଏହାସହ ନୀଳାଦ୍ରି ମହୋଦୟ, ନୃସିଂହ ଜନ୍ମ,ଭଉଁରୀ ତିଥି ପାଇଁ ମଧ୍ୟ ସ୍ୱତନ୍ତ୍ର ନୀତିନିର୍ଘଣ୍ଟ ଚୂଡାନ୍ତ ହୋଇଛି । ଭକ୍ତମାନେ କିଭଳି ସୁନ୍ଦର ଭାବେ ଦର୍ଶନ କରିପାରିବେ ସେ ନେଇ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି ।