କାଲି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ୬ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ଆସନ୍ତାକାଲି ସନ୍ଧ୍ୟା ୬ ଟା ଠାରୁ ରାତ୍ର ୧୨ ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବୈଶାଖ କୃଷ୍ଣ ଅମାବାସ୍ୟା ତିଥି ବୁଧବାରରେ ମହାପ୍ରଭୁଙ୍କର ହେବ ବନକଲାଗି ନୀତି । ଆସନ୍ତାକାଲି ଦ୍ଵିତୀୟ ଭୋଗ ମଣ୍ଡପ ନୀତି ପରେ ହେବ ବନକଲାଗି ନୀତି । ଶ୍ରୀମୁଖ ସିଂହାର ହେବେ ଚତୁର୍ଦ୍ଧାମୂର୍ତ୍ତି ।
ଏଥିସହିତ ମହାପ୍ରଭୁଙ୍କ ଅଣସର ପିଣ୍ଡିରେ ଆନୁଷଙ୍ଗିକ କାର୍ଯ୍ୟ ସମ୍ପାଦିତ ହେବ । ଏସବୁ ଗୁପ୍ତ ନୀତି ହୋଇଥିବାରୁ ମହାପ୍ରଭୁଙ୍କ ଦର୍ଶନରୁ ୬ ଘଣ୍ଟା ପାଇଁ ବଞ୍ଚିତ ରହିବେ ଭକ୍ତ ଶ୍ରଦ୍ଧାଳୁ ।
ଆଜି ଶ୍ରୀମନ୍ଦିରରେ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସଂଧ୍ୟା 6ଟା ଠାରୁ ରାତି 10 ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ପ୍ରାୟ 4ଘଣ୍ଟା ଧରି ଏହି ନୀତି ଚାଲିବା ଯୋଗୁଁ ସର୍ବସାଧାରଣଙ୍କର ଦର୍ଶନ ବନ୍ଦ ରହିବ । ବର୍ଷକୁ ପ୍ରାୟ ଦୁଇଥର ଓ ଆବଶ୍ୟକ ପଡିଲେ ତିନିଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ।