ଲଘୁଚାପ ଜନିତ ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର

ବାଲେଶ୍ୱର: ବଢୁଛି ଜଳକା ନଦୀର ଜଳସ୍ତର । ବନ୍ୟା ଆଶଙ୍କା । ନଦୀର ମଥାନୀ ଠାରେ ସତର୍କ ସଙ୍କେତ ୬.୦୦ ମିଟର ରହିଥିବା ବେଳେ ସକାଳ ୮ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୧୭ ମିଟରରେ ପ୍ରବାହିତ ହେଉଛି ଜଳ । ବନ୍ୟା ଆଶଙ୍କାରେ ଭୟଭୀତ ନଦୀ କୁଳିଆ ବାସିନ୍ଦା ।
ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବଢୁଛି ନଦୀର ଜଳସ୍ତର । ଗତ ଦୁଇଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି । ଫଳରେ ବସ୍ତା ଦେଇ ପ୍ରବାହିତ ହେଉଥିଲା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର,ମୋରଡା, ଶୁଳିଆପଦା,ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବୃଦ୍ଧି ପାଉଛି ନଦୀର ଜଳସ୍ତର, ବର୍ଷା ଲାଗିରହିଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା କରାଯାଉଛି ।
ଯଦି ବନ୍ୟା ହୁଏ ତାହାକୁ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ ଟି ପଞ୍ଚାୟତ ପ୍ରଭାବିତ ହେବାର ଆଶଙ୍କା କରାଯାଉଛି । ଗତକାଲି ରାସଗୋବିନ୍ଦପୁର ଅଞ୍ଚଳରେ ୮୨ ମିଲିମିଟର,ମୋରୋଡାରେ ୩୦,୨ ମିଲିମିଟର ଏବଂ ଶୁଳିଆପଦା ଅଞ୍ଚଳରେ ୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।
📱 Get Argus News App
✨ତେବେ ମୟୂରଭଞ୍ଜ, ବାଲେଶ୍ବର ଏବଂ କେନ୍ଦୁଝରକୁ ପାଣିପାଗ ବିଭାଗ ରେଡ୍ ଆଲର୍ଟ ଜାରି କରିଥିବାରୁ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି ।