Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଜନ୍ମାଷ୍ଟମୀ ପାଇଁ ସନ୍ଧ୍ୟା ୭ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

Rashmita Mishra
Browse all articles by Rashmita Mishra
·11 months ago·2 min read
ଜନ୍ମାଷ୍ଟମୀ ପାଇଁ ସନ୍ଧ୍ୟା ୭ଟାରୁ ରାତି ୧୨ଟା  ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ

Key Points

ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ସପ୍ତମୀ ଯୁକ୍ତ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ ।

ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ ।

ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ ।

ସନ୍ଧ୍ୟା ୭ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଠାକୁରଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ

ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ସପ୍ତମୀ ଯୁକ୍ତ ଅଷ୍ଟମୀ ତିଥି ବା ଜନ୍ମାଷ୍ଟମୀ । ଏହି ତିଥିରେ ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ସେଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଏଣୁ ଶୁକ୍ରବାର ସନ୍ଧ୍ୟା ୭ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ଠାକୁରଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଶ୍ରୀକୃଷ୍ଣଙ୍କ ଜନ୍ମର ପୂର୍ବ ବିଧି ପାଳନ ପୂର୍ବକ ଗୁରୁବାର ସ୍ୱତନ୍ତ୍ର ନୀତି ହୋଇଛି ।

ଶ୍ରୀକୃଷ୍ଣଙ୍କ ଜନ୍ମ ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଆଜି ଯେଉଟ ଭୋଗ ଲାଗି କରାଯାଇଛି । ଗର୍ଭଯନ୍ତ୍ରଣାରୁ ଉପଶମ ପାଇଁ ଠାକୁରଙ୍କୁ ଏହି ଭୋଗ ଲାଗି କରାଯିବାର ବିଧି ରହିଛି । ଏଥିସହ ସମ୍ପନ୍ନ ହୋଇଛି ଠାକୁରଙ୍କ ଗର୍ଭଉଦକ ବନ୍ଦାପନା ନୀତି । ଶ୍ରୀଜଗନ୍ନାଥ ମା’ଦେବକୀ ଭାବେ ଶ୍ରୀକୃଷ୍ଣଙ୍କୁ ଜନ୍ମ ଦେବେ । ଶ୍ରୀମନ୍ଦିର ପରମ୍ପରା ଅନୁସାରେ ଶ୍ରୀଜଗନ୍ନାଥଙ୍କ ଠାରୁ ହିଁ କୃଷ୍ଣ ଓ ରାମ ଆଦି ସମସ୍ତ ଅବତାର ଜନ୍ମ ନିଅନ୍ତି । ସନ୍ଧ୍ୟାଧୂପ ସରିବା ପରେ ପାଣି ପଡି ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା ।

ଅଣସର ପିଣ୍ଡିଠାରେ ଯେଉଟ ଭୋଗ ଲାଗି ହୋଇଥିଲା । ସେଥିରେ ଶାଗ, ତରପାରୀ, ପିଠା, ଛିଲି, ଓରିଆ, କ୍ଷୀରି ଆଦି ଅର୍ପଣ ହୋଇଥିଲା । ମୁଦିରସ୍ତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିବା ପରେ ପୂଜାପଣ୍ଡା ସାମନ୍ତମାନେ ପଞ୍ଚୋପଚାରରେ ପୂଜା କରିଥିଲେ । ରାତିରେ ଜେଉଟ ଭୋଗ ଲାଗି ନୀତି ସମ୍ପନ୍ନ ହୋଇଥିଲା ।

୫୯୮ଋ-୩ ବାଡରେ ବନ୍ଦାପନା ପରେ ମହାପ୍ରଭୁଙ୍କ ବାଡରେ ଗୋଟିଏ ଅଧିକ ବନ୍ଦାପନା ହୋଇଥିଲା । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଏ । ଏହାପରେ ଯଥାବିଧି ଠାକୁରଙ୍କ ଦୈନନ୍ଦିନ ନୀତି ଅନୁଷ୍ଠିତ ହେଲା । ଏଥିସହ ଆଜି ଠାକୁରଙ୍କ ଗୁରୁବାର ମାଜଣା ନୀତି ଅନୁଷ୍ଠିତ ହୋଇଥିଲା


ଅଧିକ ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Janmashtami: Public Darshan Closed from 7 PM to Midnight – Argus News | Argus News