Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Nuapada By Election / ଆଜି ଶପଥ ନେବେ ନୂଆପଡ଼ାର ନବନିର୍ବାଚିତ ବିଧାୟକ ଜୟ ଢୋଲକିଆ

Rashmita Mishra
Browse all articles by Rashmita Mishra
·7 months ago·2 min read
ଆଜି ଶପଥ ନେବେ ନୂଆପଡ଼ାର ନବନିର୍ବାଚିତ ବିଧାୟକ ଜୟ ଢୋଲକିଆ

Key Points

ନୂଆପଡ଼ାରେ ବାଜି ମାରିଲା ବିଜେପି ।
ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଶାଳ ବିଜୟ ହାସଲ କରିଛନ୍ତି ।
ନୂଆପଡ଼ାର ନବନିର୍ବାଚିତ ବିଧାୟକ ଜୟ ଢୋଲକିଆ ଗୁରୁବାର ଶପଥ ଗ୍ରହଣ କରିବେ।

ନୂଆପଡ଼ାରେ ବାଜି ମାରିଲା ବିଜେପି । ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ବିଶାଳ ବିଜୟ ହାସଲ କରିଛନ୍ତି । ୮୩ ହଜାରରୁ ଅଧିକ ଭୋଟ୍‌ରେ ନୂଆପଡ଼ା ଉପନିର୍ବାଚନରେ ବିଜୟୀ ହୋଇଛନ୍ତି ଜୟ ଢୋଲକିଆ । ନୂଆପଡ଼ାର ନବନିର୍ବାଚିତ ବିଧାୟକ ଜୟ ଢୋଲକିଆ ଗୁରୁବାର ଶପଥ ଗ୍ରହଣ କରିବେ। ବାଚସ୍ପତି ସୁରମା ପାଢ଼ୀ ଅପରାହ୍ନ ପ୍ରାୟ ଗୋଟାଏ ବେଳେ ଜୟଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଏହି କାର୍ଯ୍ୟକ୍ରମରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଓ ଅନ୍ୟ ବିଧାୟକ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି ।

ପ୍ରାୟ ୧୦ ବର୍ଷର ବ୍ୟବଧାନ ପରେ ପୁଣି ନୂଆପଡ଼ାରେ ଫୁଟିଲା ପଦ୍ମ । ନୂଆପଡ଼ା ବିଜେଡିର ଗଡ଼ ଭାବେ ପରିଚିତ ଥିବା ବେଳେ ମୋଦି ଲହର ଆଗରେ କାମ ଦେଲାନି ବିଜେଡି ରଣନୀତି । କାମ ଦେଲାନି ନବୀନଙ୍କ ଡବଲ ରାଲି । ଗଡ ବଞ୍ଚାଇବାରେ ଫେଲ୍‌ ମାରିଲେ ବିଜେଡି ସୁପ୍ରିମୋ । ଚିତପଟାଙ୍ଗ ମାରିଲା କଂଗ୍ରେସ । 83748 ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହେଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । କଂଗ୍ରେସ ପ୍ରାର୍ଥୀ ଦ୍ବିତୀୟ ସ୍ଥାନ ଓ ବିଜେଡି ପ୍ରାର୍ଥୀ ତୃତୀୟ ସ୍ଥାନରେ ରହିଛନ୍ତି ।

ବ୍ୟବସାୟୀରୁ ବିଧାୟକ ହୋଇଛନ୍ତି, ୩୨ ବର୍ଷୀୟ ଜୟ ଢୋଲକିଆ । ଜୟ ଢୋଲକିଆ ହେଉଛନ୍ତି ସ୍ଵର୍ଗତ ବିଜେଡି ନେତା ରାଜେନ୍ଦ୍ର ଢୋଲକିଆଙ୍କ ପୁତ୍ର । ବାପା ରାଜେନ୍ଦ୍ର ଢୋଲକିଆ ୪ ଥର ବିଧାୟକ ଥିବାବେଳେ ବିଜେଡି ସରକାରରେ ମନ୍ତ୍ରୀ ମଧ୍ୟ ଥିଲେ । କିନ୍ତୁ ରାଜନୀତିଠୁ ଦୂରେଇ ରହି ବ୍ୟବସାୟ କରୁଥିଲେ ଜୟ । ବାପା ରାଜେନ୍ଦ୍ର ଢୋଲକିଆଙ୍କ ମୃତ୍ୟୁ ପରେ ରାଜନୀତିରେ ପାଦ ଥାପିଛନ୍ତି ଜୟ ଢୋଲକିଆ । ଗତ ଅକ୍ଟୋବର ୧୧ରେ ବିଜେପିରେ ସାମିଲ ହୋଇଥିଲେ । ଏହାପରେ ବିଜେପି ଟିକେଟ ପାଇ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ ଜୟ ଢୋଲକିଆ ।

ନିର୍ବାଚନ କମିଶନଙ୍କ ତଥ୍ୟ ଅନୁଯାୟୀ, ନୂଆପଡ଼ାରେ ୨ ଲକ୍ଷ ୫୪ ହଜାର ୪୯୭ ଜଣ ଭୋଟର ଥିବା ବେଳେ ମତ ସାବ୍ୟସ୍ତ କରିଛନ୍ତି ୨ ଲକ୍ଷ ୧୨ ହଜାର ୩୮୫ ଜଣ । ଅର୍ଥାତ ମତଦାନ କ୍ଷେତ୍ରରେ ୮୩.୪୫ ଭୋଟିଂ ସହ ନୂଆପଡ଼ା ସୃଷ୍ଟି କରିଛି ନୂଆ ଇତିହାସ । ସେହିପରି ମତ ସାବ୍ୟସ୍ତ କରିବାରେ ପୁରୁଷଙ୍କଠୁ ବହୁ ଆଗରେ ରହିଛନ୍ତି ମହିଳା ।

ତଥ୍ୟ ଅନୁଯାୟୀ, ନୂଆପଡ଼ାରେ ୧ ଲକ୍ଷ ୩ ହଜାର ୮୧୭ ଜଣ ପୁରୁଷ ନିଜର ମତ ସାବ୍ୟସ୍ତ କରିଥିବା ବେଳେ ସେହି ତୁଳନାରେ ମହିଳା ସଂଖ୍ୟା ହେଉଛି ୧ ଲକ୍ଷ ୮ ହଜାର ୫୬୩ । ଅର୍ଥାତ ପୁରୁଷଙ୍କ ସଂଖ୍ୟା ତୁଳନାରେ ଅଧିକ ୪ ହଜାର ୭୪୬ ଜଣ ମହିଳା ଭୋଟ ଦେଇଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Nuapada By Election | Jay Dholakia Takes Oath as MLA of Nuapada | Argus News