Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର: ସନ୍ଧ୍ୟା ସୁଦ୍ଧା ଅଳଙ୍କାରର ହେବ ସ୍ଥାନାନ୍ତର

Ritu Das
Browse all articles by Ritu Das
·1 year ago·1 min read
ସିସିଟିଭି ନଜରରେ ରହିବ ରତ୍ନଭଣ୍ଡାର ଅଳଙ୍କାର: ସନ୍ଧ୍ୟା ସୁଦ୍ଧା ଅଳଙ୍କାରର ହେବ ସ୍ଥାନାନ୍ତର

ଅର୍ଗସ ବ୍ୟୁରୋ: ରତ୍ନଭଣ୍ଡାର ଭିତରକୁ ଯାଇ ତଦାରଖ କରିବା ପରେ ଶ୍ରୀମନ୍ଦିରରୁ ବାହାରକୁ ବାହାରିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ । ଏହାପରେ ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ । ମହାପ୍ରଭୁଙ୍କ କୃପାରୁ ଆଜି ସନ୍ଧ୍ୟା ସୁଦ୍ଧା ଏହି କାମ ଶେଷ ହେବ ବୋଲି ଗଜପତି କହିଛନ୍ତି । ଏଥିସହ ବାହାର ରତ୍ନଭଣ୍ଡାର ଅଳଙ୍କାରକୁ ଚାଙ୍ଗଡା ଘର ଓ ଫୁଲ ଘରେ ରଖାଯାଇଛି । ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି। 

ଅନ୍ୟପଟେ ଗଜପତି ମହାରାଜା ଆହୁରି ମଧ୍ୟ କହିଛନ୍ତି ଯେ, ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଶେଜଘରେ ତାଲା ପଡିବ । ଆଉ ନିୟମ ମୁତାବକ, ଏହାର ଚାବି ସରକାରୀ ଟ୍ରେଜେରୀରେ ରହିବ। ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ । ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ । ଏଏସଆଇ ଏହାପରେ ଯାଇ ରତ୍ନଭଣ୍ଡାରର ମରାମତି କରିବ । ମରାମତି ସମୟରେ ଭକ୍ତଙ୍କ ଦର୍ଶନରେ କୌଣସି ଅସୁବିଧା ହେବନି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି। 

ସେହିପରି ରତ୍ନଭଣ୍ଡାର ମରାମତି ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ । ମରାମତି ଶେଷ ନ ହେବା ପର୍ଯ୍ୟନ୍ତ ଗଣତି ମଣତି ହେଇପାରିବନି ବୋଲି ଗଜପତି କହିଛନ୍ତି । ତେବେ ଏଥିପାଇଁ ସମୟ ଲାଗିବ । ଆଉ ସମୟ ଲାଗିଲେ ବି ରତ୍ନ ଅଳଙ୍କାରର ଗଣତି ମଣତି ହେଉ ବୋଲି ଗଜପତି କହିଛନ୍ତି। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Sponsored
Jewelery will be under | Argus News