Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ ମନା

Rashmita Mishra
Browse all articles by Rashmita Mishra
·1 year ago·1 min read
ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ ମନା

ବିଧାନସଭା ପ୍ରେସ ଗ୍ୟାଲେରୀରେ ସାମ୍ବାଦିକଙ୍କୁ ମୋବାଇଲ ମନା କରାଯାଇଛି। ଗୃହରେ କାଲିର ଘଟଣା ପରେ ସାମ୍ବାଦିକଙ୍କୁ ମୋବାଇଲ ବାରଣ କରାଯାଇଛି। ବିଧାନସଭା ରେ ସାମ୍ବାଦିକ ଙ୍କୁ ମୋବାଇଲ ମନା । ମିଡ଼ିଆ ଗ୍ୟାଲେରୀକୁ ମୋବାଇଲ ନେଇ ଯାଇ ପାରିବେନି ସାମ୍ବାଦିକ ଗତକାଲି ମିଡ଼ିଆ ଗ୍ୟାଲେରୀ ରୁ ନିଆ ଯାଇଥିବା କିଛି ମୋବାଇଲ ଭିଡିଓ ଭାଇରାଲ ହୋଇଥିଲା।

ବିଧାନସଭାରେ ସାମ୍ବାଦିକଙ୍କୁ ମୋବାଇଲ୍ ମନା । ବିଧାନସଭା ପ୍ରଶ୍ନକାଳରେ ଯେତେବେଳେ ମନ୍ତ୍ରୀମାନେ ବିଧାୟକମାନଙ୍କର ପ୍ରଶ୍ନର ଉତ୍ତର ରଖୁଛନ୍ତି, ସେହି ସମୟରେ ସାମ୍ବାଦିକଙ୍କ ଉପରେ ଲାଗିଛି କଟକଣା । ଗତକାଲିର ଘଟଣା ପରେ, ବୁଧବାର ସାମ୍ବାଦିକମାନେ ଯେତେବେଳେ ବିଧାନସଭା ପ୍ରଶ୍ନକାଳକୁ ପ୍ରସାରଣ କରିବାକୁ ବିଧାନସଭାରେ ପହଞ୍ଚିଥିଲେ, ସେହି ସମୟରେ ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏକ ଲଫାପା ଦିଆଯିବା ସହିତ, ଏହି ଲଫାପାରେ ଫୋନ୍ ରଖି ପ୍ରେସ୍ ଗ୍ୟାଲେରୀକୁ ଯିବା ପାଇଁ କୁହାଯାଇଥିଲା । ଯାହା ଫଳରେ ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ ପ୍ରଶ୍ନକାଳକୁ ବୟକଟ୍ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଗତକାଲି ବିଧାନସଭା ଭିତରେ ବିଧାୟକମାନଙ୍କର ମାରପିଟ୍ ହେବା ଭିଡିଓ ଭାଇରାଲ ହେଇଥିଲା । ଆଉ ଏହାପରେ ଆଜି ସାମ୍ବାଦିକଙ୍କ ଉପରେ ଲାଗିଛି କଟକଣା । ମଙ୍ଗଳବାର ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ହାତାହାତି ହେଇଥିଲେ । ଏହାପରେ ଗୃହରେ ଆରମ୍ଭ ହେଇଯାଇଥିଲା ବିଧାୟକମାନଙ୍କର ଗଣ୍ଡଗୋଳ । ପରସ୍ପରକୁ ଧକ୍କା ଦେବା ସହିତ, ଗୃହରେ ହୋ ହଲ୍ଲା କରିଥିଲେ ବିଧାୟକ, ଯାହାର ଖବର ପ୍ରସାରଣ କରିଥିଲା ଗଣମାଧ୍ୟମ । ହେଲେ ଏହାପରେ ଆଜିର ଏ କଟକଣା ହେବା ଦ୍ୱାରା, ସାମ୍ବାଦିକମାନେ ପ୍ରଶ୍ନକାଳକୁ ବୟକଟ୍ କରିଛନ୍ତି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
journalists-denied-mobile-phones-in-assembly | Argus News