Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେଡି ସରକାର ଉପରେ ମନଖୋଲି ବର୍ଷିଲେ ମୋଦି

Smruti Parija
Browse all articles by Smruti Parija
·2 years ago·2 min read
ବିଜେଡି ସରକାର ଉପରେ ମନଖୋଲି ବର୍ଷିଲେ ମୋଦି

ଅର୍ଗସ ବ୍ୟୁରୋ: ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀଙ୍କ ଦମ୍ଭୋକ୍ତି । ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି । ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ । ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ । ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି । ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି । ଓଡ଼ିଶାରେ କେବଳ ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। 

ତେବେ ଏହି ବିଶାଳ ଜନସଭାରେ ମୋଦିଙ୍କ ପ୍ରତିଛବି ଧରିଥିବା କୁନି କୁନି ପିଲାମାନଙ୍କ ଚିତ୍ର ସଂଗ୍ରହ କରିବାକୁ ଏସପିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ ପ୍ରଧାନମନ୍ତ୍ରୀ । କୁନି କୁନି ଛୁଆଙ୍କର ଏହି ଭଲପାଇବା ମତେ ଅଭିଭୂତ କରିଛି । ମୁଁ ଓଡ଼ିଆରେ ପୂର୍ବରୁ ଚିଠି ଲେଖିଛି । ଆଗକୁ ବି ଲେଖିବି । ଆପଣଙ୍କ ମୁଖ୍ୟମନ୍ତ୍ରୀ ଭଳି ମୁଁ ନୁହେଁ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।  

ବ୍ରହ୍ମପୁର ସଭାରେ ପ୍ରଧାନମନ୍ତ୍ରୀଙ୍କ ଦମ୍ଭୋକ୍ତି

ଓଡ଼ିଶାର ଝିଅକୁ ବିଜେପି ଦେଶର ସବୁଠାରୁ ବଡ଼ ପଦବୀ ଦେଇଛି । ଓଡ଼ିଶାର ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି କରାଯାଇଛି । ଦ୍ରୌପଦୀ ମୁର୍ମୁଙ୍କ ମାର୍ଗଦର୍ଶନରେ ମୁଁ ଓଡ଼ିଶା ପାଇଁ ବହୁତ କିଛି କରିବି । ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ଏ ପୁଅ ଓଡ଼ିଶା ପାଇଁ ବହୁତ କିଛି କରିବ କହିଛନ୍ତି ପ୍ରଧାନମନ୍ତ୍ରୀ । 

ଓଡ଼ିଶାରେ ଏଥର ୨ଟି ଯଜ୍ଞ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଓଡ଼ିଆ ସଂସ୍କୃତି ପ୍ରତି ସମର୍ପିତ ବିଜେପିର ମୁଖ୍ୟମନ୍ତ୍ରୀ ହେବ । ଓଡ଼ିଶାର ଯୁବକଙ୍କ ମଧ୍ୟରେ ପ୍ରତିଭାର କୌଣସି ଅଭାବ ନାହିଁ । ଥରେ ସୁଯୋଗ ଦିଅନ୍ତୁ, ୫ ବର୍ଷରେ ଓଡ଼ିଶାକୁ ନମ୍ବର ୱାନ୍‌ କରିବୁ । ଯେଉଁଠି ବିଜେପିକୁ ସୁଯୋଗ ମିଳିଛି, ସେଠି ବିକାଶ ଗତିଶୀଳ ହୋଇଛି । 

ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି; ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି

ଅଧିକରୁ ଅଧିକ ଘରକୁ ଯିବାକୁ କର୍ମୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ । ମୋଦି ଜୟ ଜଗନ୍ନାଥ ଜଣାଇଥିବା, ପ୍ରତି ଘରକୁ ଯାଇ ଜଣାନ୍ତୁ । ଆପଣ ଜୟ ଜଗନ୍ନାଥ କହିଲେ, ସେମାନେ ମୋତେ ଆଶୀର୍ବାଦ ଦେବେ । ସେମାନେ ମୋତେ ଆଶୀର୍ବାଦ କଲେ, ମୋର ତାକତ ବଢ଼ିଯିବ । ମୋର ତାକତ ବଢ଼ିଲେ, ପୁଣି ଥରେ ଆସିବ ମୋଦି ସରକାର । 


 

Sponsored
June 4 is expiry date of BJD government, says PM Modi in Odisha's Behrampur | Argus News