Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଲେ ଜଷ୍ଟିସ ହରିଶ ଟଣ୍ଡନ

Rashmita Mishra
Browse all articles by Rashmita Mishra
·1 year ago
ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଲେ ଜଷ୍ଟିସ ହରିଶ ଟଣ୍ଡନ

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଲେ ଜଷ୍ଟିସ ହରିଶ ଟଣ୍ଡନ। କେନ୍ଦ୍ର ଆଇନ ମନ୍ତ୍ରାଳୟ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି। ବର୍ତ୍ତମାନ କଲିକତା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି ଜଷ୍ଟିସ ଟଣ୍ଡନ। କିଛି ଦିନ ପୂର୍ବରୁ ଜଷ୍ଟିସ ଟଣ୍ଡନଙ୍କ ନାଁ ସୁପାରିଶ କରିଥିଲେ ସୁପ୍ରିମକୋର୍ଟ କଲେଜିୟମ। ଚଳିତ ବର୍ଷ ଜାନୁଆରୀ ୧୯ ତାରିଖରେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତି ଭାବେ ଅବସର ନେଇଥିଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ସେବେଠାରୁ ସ୍ଥାୟୀ ମୁଖ୍ୟ ବିଚାରପତିଙ୍କ ପଦ ଖାଲି ପଡିଥିଲା। ତେବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
justice-harish-tandon-appointed-as-chief-justice-of-odisha-high-court | Argus News