Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା

ଅର୍ଗସ ବ୍ୟୁରୋ : ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ।  ୫୧ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆ CJI ଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା । ସୁପ୍ରିମକୋର୍ଟର ୫୧ ତମ ପ୍ରଧାନବିଚାରପତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା । ଆସନ୍ତାବର୍ଷ ମେ ୧୩ରେ ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ସରିବ । ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଥିଲେ । ...ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ । ଗତ 8 ତାରିଖରେ ସିଜେଆଇ ଡିୱାଇ ଚନ୍ଦ୍ରଚୁଡ଼ଙ୍କ ଶେଷ କାର୍ଯ୍ୟ ଦିବସରେ ତାଙ୍କୁ ଭବ୍ୟ ବିଦୟୀ ସମ୍ବର୍ଦ୍ଧନା ଦିଆଯାଇଥିଲା ।  

ଅଧିକ ପଢନ୍ତୁ : ଆଜି ଶପଥ ନେବେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା

ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ତାଙ୍କ ଉତ୍ତରାଧିକାରୀ ଭାବେ ବରିଷ୍ଠତା ଦୃଷ୍ଟିରୁ ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରିଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରସ୍ତାବକୁ ଅନୁମୋଦନ କରିଥିଲେ । ୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରି ଦିଲ୍ଲୀ ହଜାରୀ କମ୍ପ୍ଲେକ୍ସ ଜିଲ୍ଲା କୋର୍ଟରେ ଓକିଲ ଭାବେ ଅଭ୍ୟାସ ଆରମ୍ଭ କରିଥିଲେ ବିଚାରପତି ସଞ୍ଜୀବ ଖାନ୍ନା ।  ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ ଜଷ୍ଟିସ୍ ଖାନ୍ନା  । ୨୦୦୬ରେ ତାଙ୍କୁ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା । ୨୦୧୯ରୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Justice Sanjeev Khanna was sworn in as the Chief Justice of the Supreme Court | Argus News