Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ

Ritu Das
Browse all articles by Ritu Das
·1 year ago·1 min read
ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ

ଅର୍ଗସ ବ୍ୟୁରୋ: ନାବାଳିକାଙ୍କୁ ଦୁଷ୍କର୍ମ କରିବା ମାମଲା। ଅଭିଯୁକ୍ତଙ୍କୁ ୧୦ ବର୍ଷର ସଶ୍ରମ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦେଲେ କଟକ ସ୍ଵତନ୍ତ୍ର ପୋକ୍ସୋ କୋର୍ଟ। ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଏହି ଦଣ୍ଡାଦେଶ ଶୁଣେଇଛନ୍ତି କୋର୍ଟ। ଏହା ସହ ୩୩,୫୦୦ ଟଙ୍କାର ଜରିମାନା ଦେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୩ ଜୁନ ୨୦୨୩ ମସିହାରେ କଟକ ଜିଲ୍ଲା ଜଗତପୁର ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିଲା। 

ନାବାଳିକା ଜଣକ ନିଜ ଘରେ ଶୋଇଥିବା ସମୟରେ ଅଭିଯୁକ୍ତ ଜଣକ ଘରେ ପ୍ରବେଶ କରି ନାବାଳିକା ସହ ଜୋର ଜବରଦସ୍ତ ଦୁଷ୍କର୍ମ କରିବା ପାଇଁ ଉଦ୍ୟମ କରିଥିଲା। ଏ ନେଇ ପୀଡ଼ିତା ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ। ପୋଲିସ ଏତଲା ରୁଜୁ କରି ତଦନ୍ତ କରି ଅଭିଯୁକ୍ତଙ୍କୁ ୩୦ ଜୁନରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୧୪ ଟି ଡକ୍ୟୁମେଣ୍ଟ ୧୩ ଜଣ ସାକ୍ଷୀଙ୍କୁ ଆଧାର କରି ସ୍ଵତନ୍ତ୍ର ପୋକ୍ସୋ କୋର୍ଟ ଅଭିଯୁକ୍ତଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ପୀଡ଼ିତା ପକ୍ଷରୁ ସରକାରୀ ଓକିଲ ରମେଶ ଚନ୍ଦ୍ର ମହାନ୍ତି ମାମଲା ପରିଚାଳନା କରୁଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Juvenile misdemeanor | Argus News