Kalahandi School Holiday / ଗଭୀର ଅବପାତ ପ୍ରଭାବରେ ପ୍ରବଳ ବର୍ଷା, କାଲି ଏହି ଜିଲ୍ଲାରେ ସମସ୍ତ ସ୍କୁଲ ଓ କଲେଜ ବନ୍ଦ
·1 hour ago·1 min read

Key Points
କାଲି କଳାହାଣ୍ଡି ଜିଲ୍ଲାରେ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି
ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଛୁଟି ଘୋଷଣା କଲେ ଜିଲ୍ଲାପାଳ

ଗଭୀର ଅବପାତ ପ୍ରଭାବରେ ଲାଗି ରହିଛି ବର୍ଷା । ଉପକୂଳରେ ବର୍ଷା ଭୟ ଲାଗି ରହିଥିବା ବେଳେ ଦକ୍ଷିଣ ଓଡ଼ିଶାରେ ଜାରି ହୋଇଛି ଆଲର୍ଟ । ସମ୍ଭାବ୍ୟ ବିପର୍ଯ୍ୟୟର ମୁକାବିଲା ପାଇଁ ପ୍ରସ୍ତୁତ ସରକାର । ଗଭୀର ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଳାହାଣ୍ଡି ଜିଲ୍ଲା ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଛି । ଆସନ୍ତାକାଲି ଅର୍ଥାତ ୨୪ ତାରିଖରେ ଜିଲ୍ଲାର ସମସ୍ତ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ବେଳେ ଶିକ୍ଷକ ଓ କର୍ମଚାରୀମାନେ ନିୟମିତ କାର୍ଯ୍ୟ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି ।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୪ ତାରିଖ ଦିନ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ତଥା ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ କଳାହାଣ୍ଡି ଜିଲ୍ଲାପାଳ ଏକ ସରକାରୀ ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିର୍ଦ୍ଦେଶନାମା ଅନୁଯାୟୀ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ପ୍ରାଥମିକ, ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଆସନ୍ତାକାଲି ବନ୍ଦ ରହିବ ।
ଏଥିସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAVs), କେନ୍ଦ୍ରୀୟ ବିଦ୍ୟାଳୟ (KVs), ଏକଲବ୍ୟ ସ୍କୁଲ (EMRS) ଏବଂ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି । ତେବେ ଛାତ୍ରଛାତ୍ରୀଙ୍କ ପାଇଁ ଶିକ୍ଷାନୁଷ୍ଠାନ ଗୁଡ଼ିକ ବନ୍ଦ ରହିଲେ ମଧ୍ୟ ସମସ୍ତ ଶିକ୍ଷକ ଏବଂ କର୍ମଚାରୀ ନିଜ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହିବେ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories