School Closed / ବଢ଼ିବ ବର୍ଷାର ପରିମାଣ, ଲଗାଣ ବର୍ଷା ପାଇଁ ୨ ଦିନ ସ୍କୁଲ ଛୁଟି
·1 hour ago·1 min read

Key Points
ଓଡ଼ିଶାରେ ବର୍ଷା ଆଲର୍ଟ
କନ୍ଧମାଳରେ ୨ ଦିନ ଛୁଟି ଘୋଷଣା
କନ୍ଧମାଳ ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି
କନ୍ଧମାଳରେ ୨ ଦିନ ଛୁଟି ଘୋଷଣା
କନ୍ଧମାଳ ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି
କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ୍ ଛୁଟି ଘୋଷଣା । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାପାଳ ଦୁଇ ଦିନ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ଛୁଟି ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।
ଦକ୍ଷିଣ ବାଂଲାଦେଶ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତାକାଲି ଏହା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଓ ତା ପାଖାପାଖି ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଚଳିତ ସପ୍ତାହରେ ରାଜ୍ୟବ୍ୟାପୀ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଆଜିଠୁ ବର୍ଷାର ପରିମାଣ ବଢ଼ିବ । ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
ଏହା ସହ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି । ସେପଟେ ଓଡ଼ିଶା ଉପକୂଳରେ ୪୦ରୁ ୫୦ କିଲୋମିଟର ସର୍ବାଧିକ ୬୦ କିମି ପବନ ବହିବାର ସମ୍ଭାବନା ଥିବା ବେଳେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୩ ଓ ୪ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରାଯାଇଛି ।

ଅଧିକ ପଢ଼ନ୍ତୁ: ଆସନ୍ତାକାଲି ଲଘୁଚାପ ! ୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଆଜିଠୁ ବର୍ଷାର ପରିମାଣ ବଢ଼ିବ । ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।
ଏହା ସହ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ସୁବର୍ଣ୍ଣପୁର, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି ହୋଇଛି । ସେପଟେ ଓଡ଼ିଶା ଉପକୂଳରେ ୪୦ରୁ ୫୦ କିଲୋମିଟର ସର୍ବାଧିକ ୬୦ କିମି ପବନ ବହିବାର ସମ୍ଭାବନା ଥିବା ବେଳେ ସମୁଦ୍ର ଅଶାନ୍ତ ରହିବ । ତେଣୁ ୩ ଓ ୪ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରାଯାଇଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories