Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଳମ୍ବିତ ରାତିରେ ଘଟିଲା ଅଘଟଣ, ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରି ରାସ୍ତା ଉପରେ ଫିଙ୍ଗିଦେଲେ ଦୁର୍ବୃତ୍ତ

Jitendra Dash
Browse all articles by Jitendra Dash
·2 years ago·1 min read
ବିଳମ୍ବିତ ରାତିରେ ଘଟିଲା ଅଘଟଣ, ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା କରି ରାସ୍ତା ଉପରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଅର୍ଗସ ବ୍ୟୁରୋ : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଢେଙ୍କିକୋଟ ପାତ୍ର ସାହିରେ ଯୁବକଙ୍କୁ ହତ୍ୟା । ଗତକାଲି ରାତି ଯୁବକଙ୍କୁ କେହି ଦୁର୍ବୃତ୍ତ ଆକ୍ରମଣ କରିଥିବା ଅନୁମାନ । ପରେ ତାଙ୍କୁ ଘଟଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା । ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ମୃତ ଯୁବକ ହେଉଛନ୍ତି ଖଣ୍ଟଘର ଗ୍ରାମର ଭାରତ ଭୂଷଣ ନାୟକ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ତେବେ ଯୁବକ ଜଣଙ୍କୁ ଏକ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ଯୁବକ ଜଣଙ୍କୁ କେଉଁ ପରିସ୍ଥିତିରେ ହତ୍ୟା କରାଯାଇଛି ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣା ପଡିନାହିଁ । ଅପରପକ୍ଷରେ ଏହା ଏକ ପ୍ରେମ ଜନିତ ହତ୍ୟାକାଣ୍ଡ ବୋଲି ଚର୍ଚ୍ଚା ହେଉଛି। ଅନ୍ୟ ପକ୍ଷରେ ଘଟଣା ସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିବା ସହିତ ସାଇଟିଫିକ୍ ଟିମ୍ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Keonjhar Murder Case | Argus News