|
logo
Live

Argus News - କେମିତି କଟିବ ଆଜି ଆପଣଙ୍କ ଦିନ

Odisha

କେମିତି କଟିବ ଆଜି ଆପଣଙ୍କ ଦିନ

Smruti Parija
Browse all articles by Smruti Parija
·2 years ago·5 min read
କେମିତି କଟିବ ଆଜି ଆପଣଙ୍କ ଦିନ

ଅର୍ଗସ ବ୍ୟୁରୋ: କଣ ରହିଛି ଆଜିର ରାଶିଫଳ । କେମିତି କଟିବ ଆଜି ଆପଣଙ୍କ ଦିନ...। ଯଦି କୌଣସି ଶୁଭ କାମ କରିବାର ଅଛି ତେବେ ଦେଖିନିଅନ୍ତୁ ଆପଣଙ୍କ ଭାଗ୍ୟ ଭବିଷ୍ୟ । 


ମେଷ-

ଅଶ୍ୱନୀ- ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ ବାତାବରଣ ଶାନ୍ତିଦାୟକ ରହିବ । ଅଫିସ୍ରେ କାମ କରୁଥିବା ଲୋକଙ୍କୁ ପଦୋନ୍ନତି ମିଳିପାରେ
ଦ୍ୱିଜା- ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ ।
କୃତିକା- ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ନୂତନ ଯାନବାହନ କିଣିବାରେ ସକ୍ଷମ ହୋଇପାରନ୍ତି
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ 

ବୃଷ-

କୃତିକା- ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ । ଲୋକଙ୍କ ସହିତ ଖୋଲା ମନରେ କଥା ହୁଅନ୍ତୁ । ଭ୍ରମଣ ଉପରେ ଆଧାରିତ କାର୍ଯ୍ୟରେ ଲାଭ ହେବ । 
ରୋହିଣୀ- ରାଜନୈତିକତା ଉତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।
ମୃଗଶିରା- ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇପାରନ୍ତି । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-

ମୃଗଶିରା- ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ 
ଆଦ୍ରା- କୌଣସି  କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ
ପୁନର୍ବସୁ- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

କର୍କଟ-

ପୁନର୍ବସୁ- ଗାଡି, ମଟର ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ନ ହେଲେ ଅସୁବିଧାରେ ପଡିପାରନ୍ତି । କୃଷି ପଶୁରେ ଉନ୍ନତି ଓ ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ
ପୁଷ୍ୟା- ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । କୌଣସି ପୋଗ୍ରାମରେ ଗୀତ ଗାଇବା ପାଇଁ  ସୁଯୋଗ ମିଳିପାରେ
ଅଶ୍ଲେଷା- ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା  କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ସଞ୍ଚତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-

ମଘା- ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର‌୍ୟ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।
ପୂ,ଫାଲଗୁନି- ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । କାରବାରରେ ଆପଣଙ୍କୁ ଲାଭ ହୋଇପାରେ । ରାଜନୈତିକତା ଉତ୍ପରତା ବଢିବ ।
ଉ,ଫାଲଗୁନି- ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ ।  ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ 

କନ୍ୟା-

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଉ,ଫଳଗୁନି- ଶାରିରୀକ  ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ  ପାଇବେ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ
ହସ୍ତା- ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ   ମାନଙ୍କର  ଶ୍ରଦ୍ଧା ଲାଭ କରିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ
ଚିତ୍ରା- ଯାନବାହନ ଚଳାଇବା ସମୟରେ ସତର୍କ ଅବଲମ୍ବନ କରନ୍ତୁ । ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସକାଳୁ  କୁକୁର, କାଉକୁ ଖାଇବାକୁ ଦିଅନ୍ତୁ    

ତୁଳା-

ଚିତ୍ରା- ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ  ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ  ବିରକ୍ତ ରୁହନ୍ତୁ ନାହିଁ ।
ସ୍ୱାତୀ- ଅଫିସ୍ କାମକୁ ଠିକ୍ ସମୟରେ ଶେଷ କରିବା ପାଇଁ ଚେଷ୍ଟା କରିବେ। କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ
ବିଶାଖା- ବିଶିଷ୍ଠ ଓକିଲଙ୍କ ସହ ବୈଠକ କରିବାରେ ଅବସର ପାଇବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-

ବିଶାଖା- ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକ୍ତି ଦେଇପାରେ । ଘର ଲୋକଙ୍କ ସାହାର‌୍ୟ୍ୟରେ ଅଧୁରା କାମ ପୂରା କରିବେ । ବ୍ୟବସାୟରେ ତ୍ୱରିତ ନିଷ୍ପତି ଲାଭପ୍ରଦ ହେବ
ଅନୁରାଧା- ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରିବେ ।
ଜ୍ୟେଷ୍ଠା- ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।   ମାଲିମକନ୍ଦମାରେ ସାମାନ୍ୟ ସଫଳତା ମିଳିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଧନୁ-

ମୂଳା- ଦାମ୍ପତ୍ୟ ଜୀବନରେ ସାମଞସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । 
ପୂ,ଷାଢା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ଛାତ୍ରଛାତ୍ରି କ୍ୟାରିୟରରେ ନୂଆ ରୂପରେ ସୁଶୋଭିତ ହେବେ । 
ଉ,ଷାଢା- ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ମକର-

ଉ,ଷାଢା- ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।
ଶ୍ରବଣା- ଚାକିରିରେ କିଛି ପରିବର୍ତନ ଆସିପାରେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ
ଧନିଷ୍ଠା- ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

କୁମ୍ଭ-

ଧନିଷ୍ଠା- ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର‌୍ୟ୍ୟରେ ରୁଚି ବଢିବ
ଶତଭିଷା- ପ୍ରେମ ପ୍ରସଂଙ୍ଗରେ ଆପଣ ସଫଳତା ପାଇବେ । ସାବଧାନ ରୁହନ୍ତୁ ସଡକ ଦୁର୍ଘଟଣା ହୋଇପାରେ । ବେପାରରେ ପ୍ରଚୁର  ଲାଭ ମିଳିବ
ପୂ,ଭାଦ୍ରପଦ- ଧାର ଦେଇଥିବା ପଇସା ଫେରସ୍ତ ପାଇବେ ।  ଆପଣଙ୍କର ପିତୃପୁରୁଷଙ୍କ ଘର ପାଇପାରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

ମୀନ-

ପୂ,ଭାଦ୍ରପଦ- ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ
ଉ,ଭାଦ୍ରପଦ- ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।  ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।
ରେବତୀ- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Sponsored
କେମିତି କଟିବ ଆଜି ଆପଣଙ୍କ ଦିନ | Argus News