|
logo
Live

Argus News - କେମିତି କଟିବ ଆଜି ଆପଣଙ୍କ ଦିନ .........ଜାଣନ୍ତୁ

Odisha

କେମିତି କଟିବ ଆଜି ଆପଣଙ୍କ ଦିନ .........ଜାଣନ୍ତୁ

Ritu Das
Browse all articles by Ritu Das
·2 years ago·4 min read
କେମିତି କଟିବ ଆଜି ଆପଣଙ୍କ ଦିନ .........ଜାଣନ୍ତୁ

ଅର୍ଗସ ବ୍ୟୁରୋ: କଣ ରହିଛି ଆପଣଙ୍କ ଭାଗ୍ୟଫଳ । କେମିତି କଟିବ ଆପଣଙ୍କ ଦିନ । ଘରୁ ବାହାରିବା ପୂର୍ବରୁ ଦେଖିନିଅନ୍ତୁ ରାଶିଫଳ 
ମେଷ-
ମନ କଥା ମନରେ ରଖି ବନ୍ଧୁଙ୍କ ସହିତ ମିଶିଲେ ଭଲ ହେବ । ବ୍ୟବସାୟୀ ମାନଙ୍କର ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । ସେବା ସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ
ବୃଷ-
ଶିକ୍ଷାର୍ଥୀ ମାନେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରନ୍ତି । କର୍ମ କ୍ଷେତ୍ରରେ ସମନ୍ୱୟ ରକ୍ଷା କରିବା ଫଳରେ ବନ୍ଧୁତ୍ୱ ବୃଦ୍ଧି ପାଇବ । ମାଲିମକଦ୍ଦମାରେ ସଫଳତା ମିଳିବ । ରାଜନୀତିରେ ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ପରିଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତାରେ ଉନ୍ନତମାନର ଫଳପାଇବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶତ୍ରୁମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ନୂତନ ଯାନବାହନ ଆଦି ପ୍ରାପ୍ତ ହେବାର ଯୋଗ ଅଛି । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କର୍କଟ-
ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ଶାରୀରିକ ଅସୁସ୍ଥତା ଦୂର ହେବା ସହ ଅଧୀକାରୀ କାମରେ ପ୍ରସନ୍ନ ହେବେ । ରାଜନୀତି କ୍ଷେତ୍ରରେ କୌଶଳପୂର୍ଣ୍ଣ ଦୃଢ ପଦକ୍ଷେପ ନେବେ । ନୂଆ ବ୍ୟବସାୟରେ ପୁଞ୍ଜି ଲଗାଇଲେ ଆପଣଙ୍କୁ ଦୁଇଗୁଣା ଲାଭ ମିଳିବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବାପା , ମାଙ୍କ ଚରଣ ସ୍ପର୍ଶ କରନ୍ତୁ
ସିଂହ-
କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରିବେ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ । ନିଜର କାର୍ଯ୍ୟ ସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶା ଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ। ସାମାଜିକ କାମରେ ସହଯୋଗ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସକାଳୁ  କାଉକୁ ଖାଇବାକୁ ଦିଅନ୍ତୁ    
ତୁଳା-
ମାନସିକ ଶାନ୍ତି ଅନୁଭବ କରିବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ  ଯୋଗୁ ଶାନ୍ତି ପାଇବେ । ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ପାରନ୍ତି । ଶତ୍ରୁମନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ମହିଳା ମାନେ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବ୍ୟବସାୟରେ  ବିଶେଷ ଲାଭବାନ ହେବେ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । କର୍ମ କ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକରାତ୍ମକ ରହିବ । ପ୍ରଶାସନ ସହ ଜଡିତ ଲୋକମାନଙ୍କ ଉପରେ କମ୍ ଚାପ ରହିବ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
ଧନୁ-
ପ୍ରେମ ସମ୍ପର୍କ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କରିଲେ ବିବାଦଗ୍ରସ୍ତ ହେବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ
ମକର-
ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ସଭା ସମିତିରେ କାମ ଗୁଡିକ ସୁରୁଖୁରୁରେ ସମ୍ପୂର୍ଣ ହୋଇଯିବ । କଳା ଓ ବିଜ୍ଞାନରେ ସଫଳତା ହାସଲ କରିବେ । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । କୌଣସି ଉନ୍ନତିମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୈାଣସି ମତେ ଦୃଢ କରିବେ । ରାଜନିତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ। ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ । ମାନସିକ ଦୁଶ୍ଚିନ୍ତା କମିବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ମୀନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ମିଥ୍ୟା ଅଭିଯୋଗରେ କୋର୍ଟର ଦ୍ୱାରସ୍ଥ ହୋଇପାରନ୍ତି  । ମହିଳା ମାନେ ପୂଜାପାଠରେ ମନ ଲଗାଇବେ। ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଜମି , ଦଲାଲ୍ ଯଥେଷ୍ଟ ଲାଭ  ମିଳିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
କେମିତି କଟିବ ଆଜି ଆପଣଙ୍କ ଦିନ .........ଜାଣନ୍ତୁ | Argus News