Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଏହି 5 ରାଶି ସତର୍କ ରୁହନ୍ତୁ...

Odisha

ଏହି 5 ରାଶି ସତର୍କ ରୁହନ୍ତୁ...

Smruti Parija
Browse all articles by Smruti Parija
·1 year ago·4 min read
ଏହି 5 ରାଶି ସତର୍କ ରୁହନ୍ତୁ...

ଅର୍ଗସ ବ୍ୟୁରୋ: ତାତି ଯେତିକି ବଢୁଛି ରାଜନୈତିକ ଉଷ୍ମତା ମଧ୍ୟ ସେତିକି ବଢୁଛି । ତେବେ ନିର୍ବାଚନ ପାଖେଇ ଆସୁଥିବାବେଳେ କେମିତି ରହିଛି ଆପଣଙ୍କ ରାଶିଫଳ । କଣ କହୁଛି ଭାଗ୍ୟ ଭବିଷ୍ୟତ । ଶୁଭ ସମୟ କଣ । କିଛି ଶୁଭ କାର୍ଯ୍ୟ ଥିଲେ ଘରୁ କେତେବେଳେ ବାହାରିବେ ଜାଣନ୍ତୁ...

ମେଷ-

ପାରିବାରିକ ଜୀବନରେ ସବୁ ପରିସ୍ଥିତିକୁ ସାମ୍ନା କରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟକର ହୋଇ ପଡିବ । ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ । ଛାତ୍ରଛାତ୍ରି ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ ।
ସ୍ଥଗିତଥିବା କାମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର -  ପ୍ରଭୁ ଜଗନ୍ନାଥଙ୍କର ପ୍ରସାଦ ସେବନ କରନ୍ତୁ

ବୃଷ-

କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ଆଳସ୍ୟଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। କାହାକୁ କିଛି ନ କହିଲେ ମଧ୍ୟ ମନ ଭିତରଟା ବିଶେଷ ଭଲ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କଠାରୁ ଦୂରତା ରଖି କାମ କରିବା ଭଲ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ    

ମିଥୁନ-

କର୍ମ କ୍ଷେତ୍ରରେ ଖର୍ଚ୍ଚାନ୍ତ କାରଣରୁ ଆର୍ଥିକ ଚାପ ଦେଖାଦେଇ ପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର – ବଗଳାମୁଖିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

କର୍କଟ-

ସ୍ବାସ୍ଥ୍ୟ ସମସ୍ୟା କେତେକାଂଶରେ ସୁଧୁରି ଯାଇପାରେ । ସାଙ୍ଗଠନିକ କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି । ଅଭିଳଷିତ ଜିନିଷ ପ୍ରାପ୍ତି ହେବା ସାଙ୍ଗକୁ ବନ୍ଧୁଙ୍କ ଆଦରଣୀୟ ହେବେ। ନିଜର ଲୋକମାନଙ୍କ କାର‌୍ୟ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। 

ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ସିଂହ-

ଆରୋଗ୍ୟ ଲାଭ ସହ ବୈଦ୍ଧିକ ବିକାଶ ଘଟିବ । ପିଲା ଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ ।  କୋର୍ଟକଚେରି ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ଚାକିରିରେ ପ୍ରାଧ୍ୟନତା ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଫଟୋ କୁ ପୂଜା କରନ୍ତୁ

କନ୍ୟା-

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତନ ହୋଇ ଆପଣଙ୍କ ଆର୍ôଥକ ସ୍ଥିତି ବହୁତ ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନ ଓ ସହାନୁଭୂତି ଲାଭ କରିବେ। ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ କ୍ଷେତ୍ର ଭଲ ରହିବ। ଜମିଜମା, କଳ କାରଖାନା, ହୋଟେଲ ଶିଳ୍ପ, ରେଷ୍ଟୁରାଣ୍ଟ ପ୍ରଭୃତିରେ ସମସ୍ୟା ସମାଧାନ ହୋଇଯିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ

ତୁଳା-

ଉଚ୍ଚ କର୍ମ କର୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ମିତ୍ରଙ୍କ ଠାରୁ ବହୁତ ସାହାର‌୍ୟ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ମହିଳା ମାନେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ଓ ପ୍ରଂଶସା ପାଇବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର – ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-

ଦୁର୍ବଳତା କାରଣରୁ ପରିବେଶରେ କିଛି ଗଡ଼ବଡ଼ ସୃଷ୍ଟି ହେବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। କର୍ମ କ୍ଷେତ୍ରରେ ବାଧା ଉପୁଜିବ। ସାମନାରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ପଡ଼ୋଶୀ ସହଯୋଗରୁ କୌଣସି କାମ ଅଟକିବ ନାହିଁ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର – ନୃସିଂହଙ୍କର ମନ୍ତ୍ର ପାଠ କରନ୍ତୁ

ଧନୁ-

ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ବିଦ୍ୟାର୍ଥୀ ମାନେ ପାଠ ପଢାରେ ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ । ନିଜର ଧନ ସମ୍ପତ୍ତିକୁ  ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । 

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ଶ୍ରୀ ରାମ  ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ମକର-

ପରିସ୍ଥିତି ପ୍ରତି ସଚେତନ ରହି କାମ କରିବାରେ ସଫଳ ହେବେ। କୁଟୁମ୍ବ ଲୋକଙ୍କ ସହ କାର‌୍ୟ୍ୟକଳାପରେ ଅସନ୍ତୁଷ୍ଟ ରହିଲେ ମଧ୍ୟ କିଛି କହିପାରିବେ ନାହିଁ। ସଭା ସମିତିରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ରାଜନୀତି, ସାଙ୍ଗଠନିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।    

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ସୂର‌୍ୟ୍ୟଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-

ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ । ଘରୋଇ କାର‌୍ୟ୍ୟକୁ ପୁରା କରିବାରେ ସକ୍ଷମ ହେବେ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ କ୍ଷ ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ କ୍ଷ 

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ମୀନ-

କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଇପାରନ୍ତି । ପାରିବାରିକ ସ୍ଥିତି ପ୍ରାୟତଃ ପୂର୍ବପରି ରହିବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ନିୟନ୍ତ୍ରଣାଧୀନ ରହିବ। 

ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – କୈାଣସି ବ୍ରାହ୍ମଣର ସେବା କରନ୍ତୁ
 

Sponsored
Know-todays-horoscope | Argus News