Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସୋମବାରରେ ଏହି ରାଶିଙ୍କ ପାଇଁ ଅତ୍ୟନ୍ତ ଶୁଭ...

Smruti Parija
Browse all articles by Smruti Parija
·2 years ago·4 min read
ସୋମବାରରେ ଏହି ରାଶିଙ୍କ ପାଇଁ ଅତ୍ୟନ୍ତ ଶୁଭ...

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ...

ମେଷ-

କର୍ମ କରିବା ଶୈଳିରେ ପରିବର୍ତ୍ତନ ଆଣିବେ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ରୋଜଗାର ବୃଦ୍ଧି ଓ ଅନ୍ୟର ସହେଯାଗ ମିଳିବ । ଛାତ୍ର, ଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ   

ବୃଷ-

ଅପେକ୍ଷା କରିବାକୁ କହିଥିବା ବନ୍ଧୁଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନରେ ନ ପାଇ ବ୍ୟସ୍ତ ହୋଇପଡ଼ିବେ। କର୍ମକ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇପାରେ। ଟିକିଏ କଥାରେ କ୍ରୋଧ ପ୍ରକାଶ କରି ପରିବେଶକୁ ଗମ୍ଭୀର କରିଦେଇପାରନ୍ତି। ନିଜ ପରିସରରେ ଏକ ଛୋଟ ଘଟଣା ଧୀରେ ଧୀରେ ଭିନ୍ନ ଆକାର ଧାରଣ କରିବାର ଆଶଙ୍କା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ୱେତଚନ୍ଦନ କର୍ପୂରମିଶେଇ ମସ୍ତକରେ ଧାରଣ କରନ୍ତୁ 

ମିଥୁନ-

କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ । ଶାରୀରିକ କଷ୍ଟ ଦୂର ହେବ। ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି କ୍ଷ ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ । ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇ ଖୁସି ରହିବେ । ନିଜର ଦୋଷ ତୃଟି ସ୍ୱକାର କରିବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କର୍କଟ-

ପାରିବାରିକ ଶୃଙ୍ଖଳା ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ । ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ ଓ ଲକ୍ଷ୍ୟ ହାସଲ କରିବେ। ଯୋଜନା ମୁତାବକ ଆବଶ୍ୟକ ସୁବିଧା ସୁଯୋଗ ଆପଣାଛାଏଁ ଜୁଟିଯିବ। ପର କଥାରେ ପଡି ନିଜ ଲୋକଙ୍କୁ ଭୁଲ ବୁଝିପାରନ୍ତି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାର‌୍ୟ୍ୟ କରନ୍ତୁ

ସିଂହ-

ନିଜ ମନର କଥା ବନ୍ଧୁକୁ ପ୍ରକାଶ କରନ୍ତୁ ,ମନ ହାଲକା ହୋଇଯିବ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ । ଧନ ସଂମ୍ପତି ବୃଦ୍ଧି ହୋଇପାରେ । ଗାଡିମଟର କ୍ରୟ କରିବାର ଅଭିଳାଷା ପୂରଣ ହେବ । ମନ ବୁଝିବାଭଳି କଥା କହି ବନ୍ଧୁଙ୍କୁ ଆପଣେଇବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ 

କନ୍ୟା-

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ପାରିପାର୍ଶ୍ୱିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖିବା ପରେ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା ହ୍ରାସ ପାଇପାରେ । ଆର୍ଥିକ ସ୍ଥିତି ପୂର୍ବପାରି ରହିବ ଓ ବିଭିନ୍ନ ଯୋଜନାରେ ସଫଳ ହେବେ । ଈର୍ଷାପରାୟଣ  ଶତ୍ରୁ ମାନଙ୍କର ସମସ୍ୟା ସୃଷ୍ଟି ମନକୁ ଭାରାକ୍ରାନ୍ତ କରିବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ 

ତୁଳା-

ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ  କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର୍ଯ୍ୟକଳାପ ବୃଦ୍ଧି ପାଇବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କର ମୂଳ  ମନ୍ତ୍ର ପାଠ କରନ୍ତୁ

ବିଛା-

ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ସମସ୍ୟା ରହିଥିଲେ ମଧ୍ୟ ବୁଝିବିଚାରି କାମ କରନ୍ତୁ । କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।  
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-

କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।    ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ନୂଆ ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ମକର-

ସ୍ବାସ୍ଥ୍ୟ ସମସ୍ୟା, ଅସଜଡ଼ା ପାରିବାରିକ ପରିସ୍ଥିତିକୁ ନେଇ ଅଶାନ୍ତି ଲାଗିରହିପାରେ। ବ୍ୟବସାୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିବେ। ସାଧାରଣ କଥାକୁ ଗୁରୁତର ସହ ବିଚାର କରି କାମ କରିବା ଭଲ ହେବ। ଅନ୍ୟଦ୍ୱାରା ପ୍ରଭାବିତ ହୋଇ ବନ୍ଧୁ କେହି ଈର୍ଷାପରାୟଣ ହୋଇ ସମସ୍ୟା ସୃଷ୍ଟି କରିପାରନ୍ତି।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

କୁମ୍ଭ-

ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । ଘରପାଇଁ ଆସବାବ କ୍ରୟ କରିପାରନ୍ତି । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ମୀନ-

କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିଥିବା କାରଣରୁ କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀ ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି ଅସୁବିଧା ହେବନି।
ପ୍ରଶାସନିକ, ପରିବହନ,ନିର୍ମାଣ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇପାରନ୍ତି । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବାଦବିବାଦ କ୍ରମେ ଜଟିଳ ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Sponsored
know-todays-horoscope | Argus News