ଦିନଟି ଆପଣଙ୍କର କିପରି କଟିବ ? ଜାଣନ୍ତୁ ଆଜିର ରାଶିଫଳ

ମେଷ-
ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ଆତ୍ମୀୟଙ୍କ ବେଖାତିର ମନୋଭାବ ଦୁଶ୍ଚିନ୍ତାକୁ ବଢ଼ାଇପାରେ।ଦୀର୍ଘଦିନ ହେଲା ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ସଫଳତା ପାଇବେ। ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ବିବାଦୀୟ ସ୍ଥିତିକୁ ସୁଧାରିନେବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ
ବୃଷ-
ଦେହ ଭଲ ରହିଲେ ମଧ୍ୟ ପୁରାତନ ରୋଗପୀଡ଼ାରେ କଷ୍ଟ ପାଇପାରନ୍ତି। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିବେ।କର୍ମକ୍ଷେତ୍ରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ପାରିବାରିକ ଜୀବନରେ ଝଡ଼ ସୃଷ୍ଟିହେବାର ଆଶଙ୍କା ରହିଛି।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ଯେତେ ଭଲ କାମ କଲେ ମଧ୍ୟ ସେମାନେ ପ୍ରଶଂସା ପାଇବା କଷ୍ଟକର ହୋଇପାରେ।ରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। କୌଣସି ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କାମରେ ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ-
ଠିକ୍ ବିଚାର ଓ ସମୟୋପଯୋଗୀ ପଦକ୍ଷେପ ନେଇ କୃତକାର୍ୟ୍ୟ ହେବେ। ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଅନ୍ୟମାନଙ୍କ ଉପରେ ବିରକ୍ତ ହେବା ଦ୍ୱାରା ସମସ୍ୟା କମିବା ବଦଳରେ ବୃଦ୍ଧି ପାଇବ। ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ୟ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ଉଦ୍ୟମକୁ ସାକାର କରିପାରିବେ ନାହିଁ। ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ। ବ୍ୟବସାୟିକ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବା କଷ୍ଟକର ହୋଇପାରେ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
କନ୍ୟା-
କର୍ମକ୍ଷେତ୍ରରେ ନିଜର ଅବହେଳାରୁ କେତେକ ସୁଯୋଗ ହାତଛଡ଼ା ହୋଇପାରେ। ଆମତ୍ୀୟମାନଙ୍କ ସହ ମତପାର୍ଥକ୍ୟ ହେବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। ବ୍ୟବସାୟ ଓ ବାଣିଜ୍ୟ ପାଇଁ ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିବ। ନିଜ ଆଶା ଅନୁଯାୟୀ କାମରେ ପ୍ରବୃତ୍ତ ରହିଲେ ସଫଳତା ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ତୁଳା-
ସାମାଜିକ ସ୍ତରରେ ସାଧାରଣ କଥାକୁ ବଡ଼ ଆକାରରେ ଚିନ୍ତାକରି ବ୍ୟସ୍ତ ହୋଇପାରନ୍ତି। ଫେରିବା ରାସ୍ତାରେ ଅପରିଚିତ ବ୍ୟକ୍ତିଙ୍କ ସହ ଯୁକ୍ତିତର୍କ କାରଣରୁ ବ୍ୟସ୍ତତା ବୃଦ୍ଧିପାଇବ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ଏଜେନ୍ସି ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ସାମୟିକ ଶାରୀରିକ ଅସୁସ୍ଥତା ମାନସିକ ଅଶାନ୍ତି ସୃଷ୍ଟି କରିପାରେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ। ବୁଝାମଣାରେ ଅଗ୍ରଗତି ସହ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ବନ୍ଧୁଙ୍କ ପରାମର୍ଶକ୍ରମେ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ବନ୍ଧୁବର୍ଗଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ସାମାଜିକ ସ୍ତରରେ ଲୋକାଭିମୁଖୀ ଗଠନମୂଳକ କାର୍ୟ୍ୟରୁ ପ୍ରଶଂସିତ ହେବେ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିପାରେ।ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
ନ୍ଧୁଙ୍କ ସହ ବିଭିନ୍ନ ଯୋଜନା ସମ୍ପର୍କିତ ଆଲୋଚନାରେ ଅଗ୍ରଗତି ଘଟିପାରେ। ରାଜନୈତିକ ତଥା ସାଙ୍ଗଠନିକ କାର୍ୟ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆଶାନୁଯାୟୀ ସଫଳତା ନ ପାଇବା କାରଣରୁ ସନ୍ତାନଙ୍କ ଉପରେ କ୍ଷୁବ୍ଧ ହୋଇପାରନ୍ତି।ଧୈର୍ୟ୍ୟର ସହ କାର୍ୟ୍ୟକଲେ ଉପକୃତ ହେବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ସ୍ବାସ୍ଥ୍ୟ, ପାରିବାରିକ ସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ସନ୍ତାନଙ୍କ ବୈବାହିକ ପ୍ରସ୍ତାବର ଆଲୋଚନା କରିପାରନ୍ତି। ଗତକାଲିଠାରୁ ସ୍ଥିରୀକୃତ ଗସ୍ତ କାର୍ୟ୍ୟ ଆକସ୍ମିକ ବାତିଲ ହୋଇପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ
ମୀନ-
ପରିବାରର ଆବଶ୍ୟକତା ପୂରଣ ଲାଗି ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡ଼ିପାରେ। ଜମିଜମା କିମ୍ବା ଗୃହସୀମାକୁ କେନ୍ଦ୍ରକରି ରହିଥିବା ବିବଦମାନ ସ୍ଥିତି ଆପୋସ ଆଲୋଚନା ମାଧ୍ୟମରେ ସମାଧାନ ହୋଇପାରେ। ସାଙ୍ଗଠନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
