Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କେମିତି କଟିବ ଆପଣଙ୍କର ଆଜିର ଦିନ...

Smruti Parija
Browse all articles by Smruti Parija
·2 years ago·4 min read
କେମିତି କଟିବ ଆପଣଙ୍କର ଆଜିର ଦିନ...

ଅର୍ଗସ ବ୍ୟୁରୋ: କେମିତି କଟିବ ଆପଣଙ୍କର ଆଜିର ଦିନ। କଣ କହୁଛି ଆପଣଙ୍କ ରାଶି ନଜର ପକାନ୍ତୁ...

ମେଷ-

ପ୍ରେମ ସମ୍ପର୍କରେ ମଧୁରତା ଆସିବ । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ପୈତୃକ ସମ୍ପତିକୁ ନେଇ ନିଜ ଲୋକ କ୍ଷତି କରିବା ପାଇଁ ଚେଷ୍ଟା କରିବେ ।  
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ପ୍ରତିଦିନ ସକାଳୁ ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  

ବୃଷ-

ସ୍ୱାସ୍ଥ୍ୟ  କ୍ଷେତ୍ରରେ ଉନ୍ନତି ଦେଖାଦେବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ଜମିଜମା କ୍ରୟ କରିବା ପାଇଁ  ଯୋଜନା କରିପାରନ୍ତି ।  ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ-

ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ ।  କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗୋମାତାଙ୍କୁ ଖାଇବାକୁ ଦିଅନ୍ତୁ

କର୍କଟ-

ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ଦୀର୍ଘଦିନ ଧରି ପ୍ରୟାସ କରି ଆସୁଥିବା କାମରେ ସଫଳ ହେବେ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ସିଂହ-

ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ଆୟବ୍ୟୟ ସମାନ ପରିମାଣରେ ରହିବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ।  ଅଫିସ୍ରେ ଭାବିଥିବା କାମ ନିର୍ଦ୍ଧିରିତ ସମୟରେ ସମ୍ପୂର୍ଣ୍ଣ କରିବେ ।  ରାଜନିତିରେ ଅଧିକାରୀଙ୍କ ପ୍ରତି ଆପଣଙ୍କ ବ୍ୟବହାର କୋମଳ ରଖନ୍ତୁ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
କନ୍ୟା-

ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ନିଜ ଲୋକ ମାନଙ୍କ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ତୁଳା-

ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଅସାବଧାନତା ପାଇଁ ଖାଦ୍ୟ ନଷ୍ଟ ହୋଇପାରେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ 
 

ବିଛା-

ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର , କଥାବାର୍ତାରେ ଆୟତ ନ ରଖିଲେ ଅସୁବିଧାରେ ପଡିପାରନ୍ତି
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଧନୁ-

ବ୍ୟବସାୟରେ ଭାଗ୍ୟର ସହଯୋଗ  ପାଇବେ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ମହିଳା ମାନେ ବାହାରକୁ ବୁଲିବ। ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-

କୈାଣସି କାମରେ ଯଥେଷ୍ଟ ଲାଭ ହେବ ।  ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ ହୋଇ ପାରନ୍ତି ।  ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-

କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ରାଜନୈତିକ କ୍ଷେତ୍ରରେ ସମସ୍ୟା ସମାଧାନ କରିପାରିବେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ସାତଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ  ଦିଅନ୍ତୁ

ମୀନ-

ମାନସିକ ଅସ୍ଥିରତା କାରଣରୁ କାମ ଉତ୍ସାହପ୍ରଦ ହେବ ନାହିଁ । ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ମନ ଭିତର କଥାକୁ ସାମ୍ନାରେ ପ୍ରକାଶ କରିବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି । ବେପାରକୁ ନେଇ ନୂଆ ବିଚାର ଆସିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ରାଶିଫଳ ବିଷୟରେ ଅଧିକ ଜାଣନ୍ତୁ

Sponsored
know-your-horoscope-today | Argus News