Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଏହି ରାଶି ଆଜି ସତର୍କ ରୁହନ୍ତୁ...

Odisha

ଏହି ରାଶି ଆଜି ସତର୍କ ରୁହନ୍ତୁ...

Smruti Parija
Browse all articles by Smruti Parija
·2 years ago·4 min read
ଏହି ରାଶି ଆଜି ସତର୍କ ରୁହନ୍ତୁ...

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ଜାଣନ୍ତୁ... 


ମେଷ-

ପ୍ରେମ ସମ୍ପର୍କ ମଧୁର ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ପଢାରେ ଅଧିକ ସମୟ ବିତାଇବେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୁଖିଙ୍କ ପୂଜାର୍ଚ୍ଚନା କରନ୍ତୁ

ବୃଷ-

ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ ।  ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ । ଶତୃମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପାଣିରେ ଟିକେ ହଳଦୀ ମିଶେଇ ଗାଧାନ୍ତୁ

ମିଥୁନ-

ଶାରିରୀକ ସମସ୍ୟା ଦେଖାଦେବ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ  କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ । ପଡୋଶୀଙ୍କ ସହିତ ଶତୃତା ଭାବ ସୃଷ୍ଟି ହୋଇପାରେ । ଅଦାଲତରୁ ଶୁଭଫଳ ପାଇବେ ।ନୂତନ  ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ 

କର୍କଟ-

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ଶିକ୍ଷା କ୍ଷେତ୍ରରେ କୈାଣସି ଶୁଭ ସମାଚାର ମଧ୍ୟ ମିଳିପାରେ । ଗୃହିଣୀ ମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବୁଲା  କୁକୁରକୁ ଖାଇବାକୁ ଦିଅନ୍ତୁ

ସିଂହ-

ପାରିବାରିକ ସହମତିରେ  କାର‌୍ୟ୍ୟ ସିଦ୍ଧି ଘଟିପାରେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ବେପାର ବୃତିରେ ସଫଳତା ହାସଲ କରିବେ । ମହିଳା ମାନେ ସୁଖସମୃଦ୍ଧି ପ୍ରାପ୍ତ କରିବେ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ ।   
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କନ୍ୟା-

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ନିଜ ଲୋକଙ୍କୁ ବୃଥା ସନ୍ଦେହ କରି ନିଜେ ହିଁ କ୍ଷତିରେ ପଡିବେ । ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ସନ୍ତାନ ଚିନ୍ତା ଦେଖା ଦେଇପାରେ । ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ କ୍ଷ ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଗରିବଙ୍କୁ କିଛି ଖାଦ୍ୟ ଦାନ କରନ୍ତୁ  

ତୁଳା-

ଜୀବନରେ ନୂଆ  ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ ।ରାଜନୀତିରେ ସଫଳତା ପାଇ ପାରନ୍ତି । ସରକାରୀ ସଂସ୍ଥା କାମରେ  ସହଯୋଗ କରି ପାରନ୍ତି । ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ନୂତନ ଭାବେ ଆରମ୍ଭ କରୁଥିବା କାର‌୍ୟ୍ୟରେ ନେତୃତ୍ୱ ନେଇ ପ୍ରଂଶସିତ ହେବେ ।  ଘରେ ଅତିଥି  ମାନଙ୍କ ସେବା କରି ଆନନ୍ଦିତ  ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ବିଛା-

କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ । ସରକାରୀ  ସ୍ଥରରେ କେତେକ ସୁବିଧା ପାଇବା ହେତୁ ଖୁସି ରହିବେ । ଦୁର୍ଘଟଣାର ଶିକାର ହୋଇପାରନ୍ତି । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-

ଅଚାନକ କୈାଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ । କର୍ମ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦତ  ହେବେ । ଅନୁଷ୍ଟାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବେ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ମକର-

ଅନ୍ତରଙ୍ଗ ବନ୍ଧୁମାନଙ୍କ ସହିତ ଦେଖାକରିବାକୁ ଯୋଜନା କରିପାରନ୍ତି ଜ୍ଝ ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ ଜ୍ଝ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ ।
ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି। ପଡୋଶୀ ସବୁ ପାସୋରି ବନ୍ଧୁତାର ହାତ ବଢାଇବେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ 

କୁମ୍ଭ-

ପୂର୍ବରୁ କରିଥିବା କର୍ମପାଇଁ ଦଣ୍ଡ ଭୋଗିପାରନ୍ତି । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଛାତ୍ରଛାତ୍ରି ମାନ ଉଚ୍ଚଭିଳାଷୀ ହେବେ ।  
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର –ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ମୀନ-

ବାଣିଜ୍ୟ ବ୍ୟବସାୟ ମଧ୍ୟମ ଧରଣର ରହିବ । ପ୍ରେମ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ  ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୋମାତାଙ୍କୁ ଗୁଡ,ବୁଟ, ପାଚୀଲା କନ୍ଦଳୀ ଖାଇବାକୁ ଦିଅନ୍ତୁ

ଆହୁରି ପଢନ୍ତୁ ଓଡିଶା ଖବର...

Argus Whatsapp Channel Mobile Top
Sponsored
know-your-horoscope-today | Argus News