|
logo
Live

Argus News - ଆଜି କେମିତି କଟିବ ଆପଣଙ୍କ ଦିନ...

Odisha

ଆଜି କେମିତି କଟିବ ଆପଣଙ୍କ ଦିନ...

Smruti Parija
Browse all articles by Smruti Parija
·1 year ago·3 min read
ଆଜି କେମିତି କଟିବ ଆପଣଙ୍କ ଦିନ...

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ ପଢନ୍ତୁ... 

 

ମେଷ-

ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ ।  କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ୫ ଟି ନାଲି ମନ୍ଦାର ଫୁଲକୁ ସୁର୍ଯ୍ୟଦେବତାକୁ ଅର୍ପଣ କରନ୍ତ

ବୃଷ-

କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ । କୈାଣସି ବଡ ସୁବିଧା ମିଳିବା  ଯୋଗୁଁ ଧନ ଲାଭ ହେବ ।ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ । ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ ।  ଜିବିକା ଅର୍ଜନରେ ସଫଳତା ଲାଭ  ପାଇବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬    
ପ୍ରତିକାର- ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-

ବ୍ୟବସାୟରେ ଉନ୍ନତି କରିବେ । ପରିବାରରେ ପୁତ୍ର ସନ୍ତାନର ଲାଭ ମିଳିବ । ମାନସିକ ମଧ୍ୟମ ଧରଣର ଲାଭ ପାଇବେ । ସକାରତ୍ମକ ଭାବନା  ଘେନି ଆଗକୁ ବଢିବେ । ଚାକିରିରେ ପଦୋନ୍ନତି ମିଳିପାରେ । ଶିକ୍ଷାର୍ଥୀ ମାନେ କଠିନ ପରିଶ୍ରମ ଦ୍ୱାରା ସଫଳତା ପାଇବେ । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର  - ବୁଧଙ୍କର ମନ୍ତ୍ର ଜପ କରନ୍ତୁ ।

କର୍କଟ-

ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରକ ସ୍ଥିତି ସୁଧୁରି ଯାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ସିଂହ-

ବ୍ୟବସାୟୀଙ୍କୁ ଲାଭ ମିଳିବ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ । ଭୂ-ସମ୍ପତି କିଣିବା ପୂର୍ବରୁ  ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।    
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ବିଷ୍ଣୁଙ୍କର ଉପାସନା କରିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କନ୍ୟା-

ପାରିବାରିକ ଜୀବନ ଦୁଃଖ-ସୁଖ ଲାଗି ରହିବ । ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।ଦୂର୍ଘଟଣାର ସମ୍ଭାବନା ଅଛି, ସତର୍କ ରୁହନ୍ତୁ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର-ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ତୁଳା-

ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ବିଛା-

ଘରୋଇ ଜୀବନ ସୁଖ, ଶାନ୍ତିମୟ ହେବ । କାର‌୍ୟ୍ୟରେ ନୂଆ ଉପାୟ ପ୍ରୟୋଗ କରିବାକୁ ଚେଷ୍ଟା କରିବେ । ମାନସିକ ଦୁଶ୍ଚିନ୍ତା ଟିକେ କମ୍ ରହିବ ।  ପେସାଦାର ବ୍ୟବସାୟୀ ମାନଙ୍କ ଠାରୁ ସାବଧାନ୍ ରୁହନ୍ତୁ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର-ସୂର‌୍ୟ୍ୟ ଦେବତାଙ୍କୁ ଜଳ ଅର୍ପଣ କରନ୍ତୁ

ଧନୁ-

ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସଂପନ୍ନ ହେବା କଷ୍ଟକର ହୋଇପାରେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି 
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩        
ପ୍ରତିକାର – ହଳଦିଆ ତିଲକ କରି ମୁଣ୍ଡରେ ଲଗାନ୍ତୁ । 

ମକର-

ଅଧିକ ଆତ୍ମବିଶ୍ୱାସ ହାନିକାରକ ହୋଇପାରେ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ କ୍ଷସବୁକାମ ଆପଣଙ୍କ ମନ ମୁତାବକ ସଂପୂର୍ଣ୍ଣ କରିବେ । କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ ।
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର-ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

କୁମ୍ଭ-

କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮    
ପ୍ରତିକାର – ଗୋଟେ ନାସିଲଗା ପଇଡକୁ ଭାସିଯାଉଥିବା ଜଳରେ ଭସେଇଦିଅନ୍ତୁ

ମୀନ- 

କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା କାରଣରୁ ଟେନସନ୍ କମିଯିବ। ମନର ଅସ୍ଥିରତା ହେତୁ ଆପଣଙ୍କ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ।  ପରିବାରରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ବାଣିଜ୍ୟ, ବ୍ୟବସାୟ, ଆନୁଷ୍ଠାନିକ କାମରେ ସାମାନ୍ୟ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କଦଳି ଗଛକୁ ଜଳ ପ୍ରଦାନ କରନ୍ତୁ

Sponsored
ଆଜି କେମିତି କଟିବ ଆପଣଙ୍କ ଦିନ... | Argus News