Videos
|
Odisha

Kumar Purnima / ଆଜି କୁମାରୀମାନଙ୍କ ପର୍ବ କୁମାର ପୂର୍ଣ୍ଣିମା

Banajyotshna Ray
Browse all articles by Banajyotshna Ray
·1 year ago·2 min read
ଆଜି କୁମାରୀମାନଙ୍କ ପର୍ବ କୁମାର ପୂର୍ଣ୍ଣିମା

Key Points

'କୁଆଁର ପୂନେଇଁ ଜହ୍ନ ଗୋ… ଫୁଲ ବଉଳବେଣୀ…'

'କୁଆଁର ପୂନେଇଁ ଜହ୍ନ ଗୋ… ଫୁଲ ବଉଳବେଣୀ…'। ବେଶ୍‌ ଜାକଜମକରେ ପାଳିତ ହୋଇଛି କୁମାର ପୂର୍ଣ୍ଣିମା। ଭୋର ୪ଟାରୁ ଆରମ୍ଭ ହୋଇଯାଇଥିଲା କୁମାରୀମାନଙ୍କ ସଜବାଜ। ବଡ଼ି ଭୋରରୁ ଗାଧୋଇ ପାଧୋଇ ନୂଆ ଲୁଗାପଟା ପିନ୍ଧି ନୂଆ କୁଲାରେ ଖଇ, ଗୁଆ, କଦଳୀ, ନଡ଼ିଆ, କସି କାକୁଡ଼ି, କସି ଜହ୍ନି ଓ ଆଖୁ ଆଦି ୭ ପ୍ରକାର ଆଞ୍ଜୁଳି ଯୋଗାଡ଼ କରି ୭ ଥର ଅଞ୍ଜୁଳି ଟେକିଥିଲେ। ସୂର୍ଯ୍ୟଙ୍କୁ ପୂଜା କରିଥିଲେ। ଏହି ଦିନ କାର୍ତ୍ତିକେୟଙ୍କ ଜନ୍ମଦିନ ଥିବାରୁ ଏହି ପୂଜା କଲେ ତାଙ୍କ ଭଳି ସୁନ୍ଦର ଓ ବୀର ବର ମିଳେ ବୋଲି ଲୋକ ବିଶ୍ବାସ ରହିଛି । ତେଣୁ ସର୍ବଗୁଣସମ୍ପନ୍ନ ଜୀବନସାଥୀଟିଏ ପାଇବାକୁ କୁମାରୀ କରିବେ ଚନ୍ଦ୍ରପୂଜା । ଏନେଇ କୁମାରୀଙ୍କ ମନରେ ବେଶ୍‌ ଉତ୍ସାହ ଭରି ରହିଛି ।


ପରମ୍ପରା ଅନୁଯାୟୀ ସକାଳ ନ ପାଉଣୁ ଗାଧୋଇ ପାଧୋଇ ନୂଆ ଲୁଗା ପିନ୍ଧି କୁମାରୀମାନେ ସୂର୍ଯ୍ୟୋଦୟ ପୂର୍ବରୁ ସୂର୍ଯ୍ୟଦେବତାଙ୍କୁ ଆଞ୍ଜୁଳି ଟେକିବେ । ଚଉରା ମୂଳ ଲିପାଲିପି କରି ମୁରୁଜ ପକାଇ ଆରମ୍ଭ ହେବ ପୂଜାର୍ଚ୍ଚନା । ଖଇ, ଗୁଆ, କଦଳୀ, ନଡ଼ିଆ, କସି କାକୁଡ଼ି, କସି ଜହ୍ନି ଓ ଆଖୁ ଭଳି ଫଳ ଭୋଗ ଲାଗିବ । ସନ୍ଧ୍ୟାରେ କୁମାରୀମାନେ ଚଉରା ମୂଳେ ଏକତ୍ର ହୋଇ କରିବେ ଚାନ୍ଦ ପୂଜା । ଜହ୍ନ ଉଇଁଲେ ଆରମ୍ଭ ହୋଇଯାଏ ଏହି ପୂଜା । କୁଆଁରୀଙ୍କ ହୁଳହୁଳି ଶବ୍ଦରେ କମ୍ପିଉଠେ ପୂରା ପରିବେଶ । ଖଇ, ନଡ଼ିଆ, କଦଳୀ, ଛେନା ଓ ଗୁଡ଼ ଆଦିରେ ପ୍ରସ୍ତୁତ ଚାନ୍ଦ ଚକଟା ପୂନେଇଁ ଜହ୍ନକୁ ଭୋଗ ଲାଗେ ।


Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କୁମାର ପୂର୍ଣ୍ଣିମା ଦିନ‌କୁ ଲକ୍ଷ୍ମୀଙ୍କର ଜନ୍ମଦିନ ରୂପେ ମଧ୍ୟ ପାଳନ କରାଯାଏ । ଏହି ଦିନ ସମୃଦ୍ଧିର ଦେବୀ ଲକ୍ଷ୍ମୀଙ୍କୁ ଗଜ ବାହନ ସ‌ହ ପୂଜା କରାଯାଇଥାଏ । ସାଧାରଣତଃ ଗଜଲକ୍ଷ୍ମୀଙ୍କୁ ଦିନଟିଏ ପାଇଁ ହିଁ ପୂଜା କରାଯାଇଥାଏ । କିନ୍ତୁ କେତେକ ସ୍ଥାନରେ ଏହି ପୂଜା ୭/୧୦ ଦିନ ଧରି କରାଯାଇଥାଏ । ଏହି ପୂଜା ଅବସରରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସୁନ୍ଦର ଲକ୍ଷ୍ମୀ ମେଢ଼ମାନ ତିଆରି ହୋଇଥାଏ ।


କେଉଁଠି କେଉଁଠି ପାଳନ କରାଯାଏ?


ଓଡ଼ିଶା ବ୍ୟତୀତ ଏହି ପର୍ବ ଭାରତର ମହାରାଷ୍ଟ୍ର, ପଶ୍ଚିମ ବଙ୍ଗ ଓ ମିଥିଳାରେ ମଧ୍ୟ ପାଳନ କରାଯାଏ । ତେବେ ଏହି ସ୍ଥାନ‌ଗୁଡ଼ିକରେ କୁମାର ପୂର୍ଣ୍ଣିମା ଶରତ ପୂର୍ଣ୍ଣିମା ନାମରେ ଜଣାଶୁଣା । ଏହି ଦିନ ରାତିରେ ଦେବୀ ଲକ୍ଷ୍ମୀ ଘର ଘର ବୁଲିଥା'ନ୍ତି ଏବଂ ଯେଉଁମାନେ ରାତିସାରା ଜାଗ୍ରତ ରହନ୍ତି କେବଳ ସେମାନ‌ଙ୍କ ଉପରେ ହିଁ କୃପା କରିଥାନ୍ତି ବୋଲି ବିଶ୍ୱାସ ରହିଛି । ତେଣୁ ଏହି ଦିନ ରାତିରେ ଲୋକମାନେ ଗୀତ ଗାଇ କିମ୍ବା ବିଭିନ୍ନ ପ୍ରକାରର ଖେଳ ଖେଳି ରାତିସାରା ନିଜକୁ ଉଜାଗର ରଖିଥାନ୍ତି ।
ଆହୁରି ମଧ୍ୟ ଏହି ଦିନ ଲୋକେ କଠିନ ଖାଦ୍ୟ ନ ଖାଇ କେବଳ ତରଳ ଖାଦ୍ୟ, ଯଥା ନଡ଼ିଆ ପାଣି, କ୍ଷୀର ଇତ୍ୟାଦି ଖାଇଥାନ୍ତି । କ୍ଷୀରକୁ ବ‌ହଳିଆ ହେଲା ପର୍ଯ୍ୟନ୍ତ ଫୁଟାଯାଇଥାଏ । ଏହା ପରେ ଏଥିରେ କାଜୁ, ପେସ୍ତା ବାଦାମ ଇତ୍ୟାଦି ପକାଇ ପାନୀୟ ରୂପେ ଗ୍ରହଣ କରାଯାଇଥାଏ । କେତେକ ଲୋକ ଏହି ଦିନ ରାତିରେ ଥଣ୍ଡା କ୍ଷୀର ଓ ଚୁଡ଼ା ମଧ୍ୟ ଖାଇଥାନ୍ତି । ମରାଠୀମାନ‌ଙ୍କ ପାଇଁ ଏହା ଏକ ବିଶେଷ ପର୍ବ । ଏହି ପର୍ବରେ ଘରର ଜ୍ୟେଷ୍ଠ ସନ୍ତାନ‌କୁ ବିଭିନ୍ନ ପ୍ରକାରର ଉପ‌ହାର ଦିଆଯାଇଥାଏ ।


ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

Related Topics

Explore more stories