ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ
·1 year ago

ଅର୍ଗସ ବ୍ୟୁରୋ: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ । ସେପ୍ଟେମ୍ବର 8 ତାରିଖ, ରବିବାର ଭାଦ୍ରବ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ସକାଳ ୯ଟା ୧୨ମିନିଟରୁ ୯ଟା ୨୭ ମିନିଟ ମଧ୍ୟରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ହେବ । ତା' ପରେ ପଶ୍ଚିମ ଓଡିଶା ବାସୀ ନୂଆ ଖାଇ ପାଳନ କରିବେ । ଝାଡୁଆପଡ଼ାର ବ୍ରହ୍ମପୁରା ମନ୍ଦିରରେ ପଣ୍ଡିତ ମଣ୍ଡଳୀ ସମୂହ ବିଷ୍ଣୁ ସହସ୍ରନାମ ପାଠ ପୂର୍ବକ ମା' ସମଲେଶ୍ୱରୀଙ୍କ ରାଶି ଓ ନକ୍ଷତ୍ର ଅନୁସାରେ ଶୁଭ ଲଗ୍ନ ନିର୍ଘଣ୍ଟ କରିଛନ୍ତି l ଚଳିତ ବର୍ଷ ନୁଆଁଖାଇ ଲଗ୍ନ ମାଁ ସମଲେଶ୍ୱରୀଙ୍କୁ ଜଣାଯିବ l
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: