|
logo
Live

Argus News - ଘୁଞ୍ଚିବ ଯୁକ୍ତ ତିନି ଆବେଦନର ଶେଷ ତାରିଖ, ଦୁଇ ଦିନ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଫଳ

Odisha

ଘୁଞ୍ଚିବ ଯୁକ୍ତ ତିନି ଆବେଦନର ଶେଷ ତାରିଖ, ଦୁଇ ଦିନ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଫଳ

Rashmita Mishra
Browse all articles by Rashmita Mishra
·10 months ago·1 min read
 ଘୁଞ୍ଚିବ ଯୁକ୍ତ ତିନି ଆବେଦନର ଶେଷ ତାରିଖ, ଦୁଇ ଦିନ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଫଳ

Key Points

ଦୁଇ ଦିନ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଫଳ
ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା
ଯୁକ୍ତ ତିନି ଆବେଦନ ପାଇଁ ଆଜି ଶେଷ ତାରିଖ ଥିଲା
ଉଚ୍ଚଶିକ୍ଷା ବିଭାଗ ସହ ଆଲୋଚନା କରି ଆବେଦନ ସମୟ ସୀମା ବୃଦ୍ଧି ହେବ

ଦିନେ ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏନେଇ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ‘ଆଉ ବିଳମ୍ବ ହେବନି, ପିଲାମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ଯେହେତୁ ଆଜି ଯୁକ୍ତ ୩ ଆବେଦନର ଶେଷ ତାରିଖ। ଉଚ୍ଚଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି ପାଇଁ ନିବେଦନ କରିଛୁ । ଉଚ୍ଚ ଶିକ୍ଷା ବିଭାଗ ସହ ଆଲୋଚନା ହେବ। ଆବେଦନ ସମୟ ସୀମା ବୃଦ୍ଧି ହେବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଥିଲେ।

ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଥିଲେ। ତେବେ ଆସନ୍ତା ଦୁଇ ଦିନ ମଧ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସ୍ପଷ୍ଟ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଘୁଞ୍ଚିବ ଯୁକ୍ତ ତିନି ଆବେଦନର ଶେଷ ତାରିଖ, ଦୁଇ ଦିନ ଭିତରେ ଯୁକ୍ତ ଦୁଇ ପରୀକ୍ଷା ଫଳ | Argus News