Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଧ୍ୟାତ୍ମିକ ସଶକ୍ତୀକରଣ ମାଧ୍ୟମରେ ଭାରତକୁ ବଢାଇବା ଲକ୍ଷ୍ୟରେ “ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ”ର ଶୁଭାରମ୍ଭ

Odisha

ଆଧ୍ୟାତ୍ମିକ ସଶକ୍ତୀକରଣ ମାଧ୍ୟମରେ ଭାରତକୁ ବଢାଇବା ଲକ୍ଷ୍ୟରେ “ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ”ର ଶୁଭାରମ୍ଭ

Jitendra Dash
Browse all articles by Jitendra Dash
·2 years ago·2 min read
ଆଧ୍ୟାତ୍ମିକ ସଶକ୍ତୀକରଣ ମାଧ୍ୟମରେ ଭାରତକୁ ବଢାଇବା ଲକ୍ଷ୍ୟରେ “ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ”ର ଶୁଭାରମ୍ଭ

ଅର୍ଗସ ବ୍ୟୁରୋ : ବିକଶିତ ଏବଂ ଭବ୍ୟ ଭାରତ ଶିକ୍ଷା ମାଧ୍ୟମରେ ହିଁ ହୋଇପାରିବ ବୋଲି ବୁଧବାର ସମ୍ବଲପୁର ଶାସନ ପାବନ ସରୋବର ଠାରେ ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ କରକମଳରେ  “ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ” ର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  

ଅଧିକ ପଢନ୍ତୁ : ଆମ ସଂସ୍କୃତି, ପରମ୍ପରା ଓ ଭାବର ପରିଚୟ ହେଉଛି ଭାଷା

ପ୍ରଜାପିତା ବ୍ରହ୍ମକୁମାରୀ ଅନୁଷ୍ଠାନ ପକ୍ଷରୁ ଆଧ୍ୟାତ୍ମିକ ସଶକ୍ତୀକରଣ ମାଧ୍ୟମରେ ଭାରତକୁ ବଢାଇବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଏହି ରାଷ୍ଟ୍ରୀୟ ଅଭିଯାନକୁ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ୨୦୨୦ରେ ଦେଶରେ ନୂଆ ଜାତୀୟ ଶିକ୍ଷା ନୀତି ପ୍ରଣୟନ କରାଯାଇଛି । ଗୋଟିଏ ସମୟରେ ଆମ ଦେଶ ସୁନାର ଭାରତ ଥିଲା । ମାତ୍ର ଲମ୍ବା ସମୟର ପରାଧୀନତା କାରଣରୁ ଏଥିରେ ଅଧୋଗତି ଦେଖାଗଲା । ଏହାକୁ ସୁଧାରିବା ଦିଗରେ ବ୍ରହ୍ମାକୁମାରୀ ଅନୁଷ୍ଠାନର ଆଧ୍ୟାତ୍ମିକ ସଶକ୍ତୀକରଣ ମାଧ୍ୟମରେ ଭାରତକୁ ବଢାଇବା ଲକ୍ଷ୍ୟରେ “ନୂତନ ଭାରତର ନୂତନ ଶିକ୍ଷା ନୀତି ଅଭିଯାନ” ସମ୍ବଲପୁରରୁ ଆରମ୍ଭ ହେବା ଖୁସିର ବିଷୟ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

 ଦେଶରେ ୧୪୦ କୋଟି ନାଗରିକଙ୍କ ମଧ୍ୟରୁ ୩ ରୁ ୨୩ ବର୍ଷ ବୟସର ପ୍ରାୟ ୫୦ କୋଟି ନାଗରିକ ଅଛନ୍ତି । ବର୍ତ୍ତମାନ ସମୟରେ ଚ୍ୟାଲେଞ୍ଜ୍ ହେଉଛି ସେମାନଙ୍କୁ ଆମେ ମନୁଷ୍ୟ କରିବା ନା ମେସିନ୍ ବନାଇବା ?  ଆଜି ଏଆଇ ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଦରକାର ନା ଏଚଆଇ ବା ହୁମ୍ୟାନ ଇଣ୍ଟେଲିଜେନ୍ସ ଦରକାର । ଏହାର ଗୋଟିଏ ସୂତ୍ର ଆଧ୍ୟାତ୍ମିକତା । ଭାରତକୁ ଏକବିଂଶ ଶତାବ୍ଦୀରେ ଭବ୍ୟ ଓ ବିକଶିତ କରିବାର ଚାବିକାଠି ହେବା ଶିକ୍ଷା । ଦେଶରେ ସମାନତା ଓ ଦାରିଦ୍ୟକୁ ମୂଳତ୍ପାଟନ କରିବାର ଏକମାତ୍ର ପୁଞ୍ଜି ଶିକ୍ଷା । ପ୍ରଜାପିତା ବ୍ରହ୍ମାକୁମାରୀ ଇଶ୍ୱରୀୟ ବିଶ୍ୱବିଦ୍ୟାଳୟର ସମାଜରେ ନିରନ୍ତର ଶିକ୍ଷା ଜାରୀ ରଖିବାର ପରମ୍ପରା ପ୍ରଶଂସନୀୟ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସ ମଧ୍ୟ ଯୋଗଦେଇ ନିଜର ଅଭିଭାଷଣ ରଖିଥିଲେ ।
 

Sponsored
Launch of Brahmakumari's "New India's New Education Policy" campaign in Sambalpur | Argus News