Videos
|
Odisha

ଛତୁଆର ମାନ ଯାଞ୍ଚ ହେବ : ପ୍ରଭାତୀ ପରିଡ଼ା

Manini Pattanayak
Browse all articles by Manini Pattanayak
·1 year ago
ଛତୁଆର ମାନ ଯାଞ୍ଚ ହେବ : ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ନିମ୍ନମାନର ଛତୁଆ ଯୋଗାଣକୁ ନେଇ ବିଧାୟକଙ୍କ ଉଦବେଗ। ନିମ୍ନମାନର ଛତୁଆ ଯୋଗାଣ କେଉଁ ଅନୁଷ୍ଠାନ କରିଛନ୍ତି, ସେ ବାବଦରେ କଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଗୃହରେ ବିବୃତି ରଖିବାକୁ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତ୍ତି।

ଛତୁଆ ଯୋଗାଣକୁ ନେଇ ଆଜି ଗୃହରେ ସରଗରମ ଆଲୋଚନା ହୋଇଛି। କଂଗ୍ରେସ ବିଧାୟକ ତାରା ବାହିନୀପତି କହିଥିଲେ ଛତୁଆ ବଦଳରେ ଗହମ ଚିନି କେବଳ ଦିଆଯାଉଛି। ସେ ଛତୁଆକୁ ପିଲା ନୁହେଁ ଗାଇ ଗୋରୁ ଖାଉଛନ୍ତି। ଭଲ ଛତୁଆ ଯୋଗାଣ ପାଇଁ ଟେଣ୍ଡର ଡାକନ୍ତୁ ସରକାର। ଉତ୍ତରରେ ବିଭାଗୀୟ ମନ୍ତ୍ରୀ କହିଥିଲେ ଯାଞ୍ଚ ପାଇଁ ସୁପରଭାଇଜର ଏବଂ ମାତୃ କମିଟି ଗଠନ ହୋଇଛି ସେମାନେ ଯାଞ୍ଚ କରୁଛନ୍ତି। 

ଅଧିକ ପଢନ୍ତୁ ଓଡିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: