Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଉପକୂଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

Smruti Parija
Browse all articles by Smruti Parija
·1 year ago
ଉପକୂଳ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ୱର: ରାଜ୍ୟ ପାଇଁ ପାଣିପାଗ ପୂର୍ବାନୁମାନ ଏବଂ ଚେତାବନୀ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ ଜିଲ୍ଲା ଗୁଡ଼ିକରେ ବିକ୍ଷିପ୍ତ ଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ଆହୁରି ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ତା. ୩୦/୧୧/୨୦୨୪ ଏବଂ ତା. ୦୧/୧୨/୨୦୨୪ ରେ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲା ଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ତା. ୦୨/୧୨/୨୦୨୪ ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଏବଂ ମୟୁରଭଞ୍ଜ ଜିଲ୍ଲା ଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୫ ଦିନ ପାଇଁ କୌଣସି ଚେତାବନୀ ଦିଆଯାଇ ନାହିଁ । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Light to moderate rain in coastal districts-of-odisha-in-next-24hrs | Argus News