Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ଲାଗି ରହିବ

Smruti Parija
Browse all articles by Smruti Parija
·2 years ago·1 min read
ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ଲାଗି ରହିବ

ଭୁବନେଶ୍ୱର:  ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବୃଦ୍ଧି ପାଇବ । ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୧୩ କିମ୍ୱା ୧୪ ତାରିଖ ମଧ୍ୟରେ ସୃଷ୍ଟି ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଏହାରି ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । 

ବର୍ତ୍ତମାନ ରାଜ୍ୟରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ପାରାଦୀପରେ ସର୍ବାଧିକ ୭୩.୭ ମିଲି ମିଟର ବର୍ଷା ରେକର୍ଡ ହୋଇଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ବର୍ଷା ଲାଗି ରହିବ । ୧୪ ଓ ୧୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । 

ଆଗାମୀ ୨୪ ଘଣ୍ଟାରେ ଅନେକ ସ୍ଥାନରେ  ବର୍ଷା ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ କେନ୍ଦୁଝର, ବାଲେଶ୍ୱର । ୧୩ ତାରିଖରେରେ ହାଲୁକା ମଧ୍ୟମ ଧରଣ ବର୍ଷ ସମ୍ଭାବନା ରହିଛି । ୧୪ ,୧୫ ରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୫ ତାରିଖର ରାୟଗଡ଼ା , ମାଲକାନଗିରି, କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ପାଣିପାଗ ଖବର...
 

Sponsored
Light to moderate rain will continue in the state for the next 5 days | Argus News