Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ

Odisha

ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ

ଅର୍ଗସ ବ୍ୟୁରୋ:  ମେକ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ର ଲୋଗୋ ଉନ୍ମୋଚିତ। ଲୋଗୋର ନାମ ହେଉଛି ଉତ୍କର୍ଷ ଓଡିଶା। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ, ପ୍ରଭାତୀ ପରିଡା, ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏବଂ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ଲୋଗ୍ ଉନ୍ମୋଚିତ ହୋଇଛି। ଏହି ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ସଚିବ, ଶିଳ୍ପାନୁଷ୍ଠାନର କର୍ମକର୍ତ୍ତା, ଶିଳ୍ପପତି ପ୍ରମୁଖ ଯୋଦେଇଛନ୍ତି। ସବୁ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ ଅଛନ୍ତି ..। 28 ଓ 29 ଜାନୁଆରୀ 2025 ତାରିଖରେ ଅନୁଷ୍ଠିତ ହେବ ଉତ୍କର୍ଷ ଓଡ଼ିଶା ମେକ ଇନ ଓଡ଼ିଶା କନକ୍ଲେଭ। ଏଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ତାଙ୍କ ଅଭିଭାଷଣରେ ସାରା ବିଶ୍ବରେ ଓଡିଶାକୁ ଏକ ପ୍ରମୁଖ ପୁଞ୍ଜି ବିନିଯୋଗ ସ୍ଥଳ ଭାବେ ପରିଣତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଛନ୍ତି। ସେ କହିଛନ୍ତି ଉତ୍କର୍ଷ ଓଡିଶା-୨୦୨୫ କେବଳ ବିନିଯୋଗର ଏକ ପ୍ରମୁଖ ସ୍ଥଳ ଭାବେ କାର୍ଯ୍ୟ କରିବ ନାହିଁ ଏହା ନିବେଶକ ମାନଙ୍କୁ ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବାର ସୁଯୋଗ ମଧ୍ୟ ଦେବ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Logo of Make-in Odisha Conclave 2025 unveiled | Argus News