Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଏସଏଚଜି ଗୃପ ମହିଳାଙ୍କ ନିକଟରୁ ଟଙ୍କା ନେଇ ସିଆରପି ଫେରାର

Odisha

ଏସଏଚଜି ଗୃପ ମହିଳାଙ୍କ ନିକଟରୁ ଟଙ୍କା ନେଇ ସିଆରପି ଫେରାର

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଏସଏଚଜି ଗୃପ ମହିଳାଙ୍କ ନିକଟରୁ ଟଙ୍କା ନେଇ ସିଆରପି ଫେରାର

ଅର୍ଗସ ବ୍ୟୁରୋ: ଏସଏଚଜି ଗୃପ ମହିଳାଙ୍କ ନିକଟରୁ ଟଙ୍କା ନେଇ ସିଆରପି ଫେରାର। ଏଣେ ମହିଳାମାନେ ଆସି ସିଆରପିଙ୍କ ସ୍ୱାମୀଙ୍କୁ ଘେରିଛନ୍ତି। ମହିଳାଙ୍କ ଟଙ୍କା ଠକି ନେବା ସହିତ ୨୧ ବର୍ଷ ଧରି ବୈବାହିକ ଜୀବନ ବିତାଇଥିବା ସ୍ୱାମୀକୁ ବି ଛାଡି ଅନ୍ୟ ଯୁବକ ସହିତ ଫେରାର ହୋଇଯାଇଛନ୍ତି ସିଆରପି। ଯାହାକୁ ନେଇ ସ୍ୱାମୀ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଏହି ୪୨୦ ସିଆରପି ହେଲେ ଖୁଣ୍ଟା ବ୍ଲକ ବିସିପୁର ଅଞ୍ଚଳର ସିଆରପି ଆଠପଡା ଗ୍ରାମର ବାସନ୍ତୀ ମୁର୍ମୁ। ଗତ ମାସ ସ୍ଥାନୀୟ ବିଭିନ୍ନ ଏସଏଚଜି ଗୃପର ମହିଳାଙ୍କ ଲୋନ ପାସ କରାଇ ଦେବା ପରେ ସେମାନଙ୍କ ନିକଟରୁ ଅଢେଇ ଲକ୍ଷ ରୁ ଉର୍ଦ୍ଧ ଟଙ୍କା ଠକି ନେଇ ସ୍ୱାମୀ କୁ ଛାଡି ଅନ୍ୟ ଜଣେ ଯୁବକ ସହିତ ଫେରାର ହୋଇଯାଇଛନ୍ତି।

ଏହି ଖବର ଜଣାପଡିବା ପରେ ଗୃପର ମହିଳାମାନେ ଆସି ବାସନ୍ତୀଙ୍କ ସ୍ୱାମୀଙ୍କୁ ଟଙ୍କା ଫେରାଇବାକୁ ଦାବି କରିଛନ୍ତି। ଯାହାକୁ ନେଇ ବାସନ୍ତୀଙ୍କ ସ୍ୱାମୀ ଡ଼ମାନ ଉଦଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ହେଲେ ଏହି ୪୨୦ ସିଆରପି ନିଜର ୨ ଭେଣ୍ଡିଆ ପୁଅ, ରୋଗାକ୍ରାନ୍ତ ସ୍ୱାମୀକୁ ଛାଡି ଯାଇଥିବା ବେଳେ ତୁରନ୍ତ ତାଙ୍କୁ ପୋଲିସ ଖୋଜି ଠକି ନେଇଥିବା ଟଙ୍କା ଉଦ୍ଧାର କରିବାକୁ ଦାବି କରିଛନ୍ତି ଠକାମୀର ଶିକାର ହୋଇଥିବା ମହିଳା।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
loot in mayurbhanj udala | Argus News