Lord Jagannath Fever / ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ; ଆଜି ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ
·2 months ago·2 min read

Key Points
ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ
ଆଜି ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ
ଫୁଲୁରୀ ତେଲ ମାଲିସ ପରେ ଶ୍ରୀଅଙ୍ଗକୁ ଜ୍ୱରରୁ ମିଳିବ ଉପଶମ

ପୁରୀ,୦୪/୦୭: ସ୍ନାନଯାତ୍ରା ପରେ ଅଣସର ଘରେ ଅସୁସ୍ଥ ଦାରୁବ୍ରହ୍ମଙ୍କ ଅନବସର ତଥା ଗୁପ୍ତ ସେବା। ପଞ୍ଚମ ଦିନର ବିଳମ୍ବିତ ରାତିରେ ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ଫିଟିଛି । ଠାକୁରେ ଶ୍ରୀଅଙ୍ଗରେ ଲାଗି ହୋଇଥିବା ଚନ୍ଦନ ଓ କରାଳ ଆଦି ଦିବ୍ୟ ବସ୍ତୁ ବାହାରିଛି । ଆଜି ଠାକୁରଙ୍କ ଫୁଲୁରୀ ତେଲ ଶ୍ରୀମନ୍ଦିରକୁ ବିଜେ ହେବ । ପରେ ଫୁଲୁରୀ ତେଲ ଲାଗି କରାଯାଇ ଶ୍ରୀବିଗ୍ରହଙ୍କୁ ସୁସ୍ଥ କରିବାରେ ଲାଗିପଡ଼ିବେ ଦଇତାପତି ସେବାୟତଗଣ।
ବଡ଼ଓଡ଼ିଆ ମଠରେ ପ୍ରସ୍ତୁତ ଫୁଲୁରୀ ତେଲ
ବଡ଼ ଓଡ଼ିଆ ମଠରେ ପ୍ରସ୍ତୁତ ହୋଇଛି ମହାପ୍ରଭୁଙ୍କ ଫୁଲୁରୀ ତେଲ । ଏଥିରେ ରହିଥାଏ ୨୪ ପ୍ରକାର ଉପାଦାନ । ବଡ଼ ଓଡ଼ିଆ ମଠ ମହନ୍ତ ଅଧିକାରୀ ବଂଶୀଧର ଦାସ ଗୋସ୍ୱାମୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରସ୍ତୁତ ଏହି ଦୁର୍ଲଭ ଔଷଧିୟ ତେଲ ଠାକୁରଙ୍କୁ ଲାଗି ହେବ । ହେରାପଞ୍ଚମୀରେ ମହାପ୍ରଭୁଙ୍କ ମଧ୍ୟାହ୍ନଧୂପ ସରିଲେ ସାନ୍ଧ୍ୟ କାଳରେ ବଡ଼ ଓଡ଼ିଆ ମଠ ମହନ୍ତ ଓ ତାଙ୍କ ସାହାଯ୍ୟକାରୀ କିମ୍ବା ଉତ୍ତରାଧିକାରୀ ତେଲ ପ୍ରସ୍ତୁତି ଆରମ୍ଭ କରନ୍ତି । ମଠ ପରିସରରେ ସ୍ୱତନ୍ତ୍ର ତେଲ ବାଡ଼ି ମଧ୍ୟ ରହିଛି । କେହି ନଦେଖିଲା ଭଳି ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ମାଟି ଖୋଳା ହୋଇ ରହିଥାଏ । ମାଟି ହାଣ୍ଡିରେ ଘଣା ପେଡ଼ା ରାଶି ତେଲ ସହ ବିଭିନ୍ନ ଦ୍ରବ୍ୟ ମିଶାଯାଇ ପୋତା ଯାଏ । ସେଥିରେ ଋତୁ ଅନୁସାରେ ମିଳୁଥିବା ବିଭିନ୍ନ ସୁବାସିତ ପୁଷ୍ପ ଓ ଚେରମୂଳି ପକାଯାଏ । ସେହି ଦିନ ଠାରୁ ତେଲ ରହିବା ସ୍ଥାନରେ ଫୁଲ ପାଣି ଦିଆଯାଏ । ସ୍ନାନପୂର୍ଣ୍ଣମୀ ପୂର୍ବ ଦିନ ଠାକୁରଙ୍କ ମଧ୍ୟାହ୍ନଧୂପ ସରିଲେ ସନ୍ଧ୍ୟା ସମୟରେ ପୋତା ସ୍ଥାନରୁ ବାହାରି ଏକ ନିର୍ଦ୍ଦିଷ୍ଟ କୋଠରୀରେ ଉକ୍ତ ତେଲ ମୁଦ ଦିଆଯାଇ ରହିଥାଏ । ପରେ ତେଲକୁ ଛଣା ଯାଇ ମାଟି ପାତ୍ରରେ ସଜଡ଼ା ହୋଇ ରହିଥାଏ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଡକରା ଆସିଲା ପରେ ଫୁଲୁରୀ ତେଲ ଠାକୁରଙ୍କ ସେବା ପାଇଁ ଶ୍ରୀମନ୍ଦିରକୁ ବିଜେ କରିଥାଏ ।
ପଢନ୍ତୁ ଏହି ଖବର: ଭାଗ୍ୟରେ ଥିଲେ ମିଳେ ମହାପ୍ରଭୁଙ୍କ ସ୍ନାନ ଜଳ... ରୋଗ ହରେ ମହାପ୍ରଭୁଙ୍କ ସ୍ନାନ ଜଳ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସେପଟେ ମହାପ୍ରଭୁ ପ୍ରବଳ ଜ୍ବରରେ ପୀଡିତ ଥିବା ଯୋଗୁଁ ଶ୍ରୀମନ୍ଦିରରେ ଦୈନନ୍ଦିନ ଭଜନ, କୀର୍ତ୍ତନ, ଗୀତ, ଘଣ୍ଟ ଘଣ୍ଟା ନିଷିଦ୍ଧ କରାଯାଇଛି । ଅଣସର ଘର ତାଟି ବାହାରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ପାଇଁ କ୍ଷୀର, ସର, ଚିନି, କର୍ପୁର, ନୈବେଦ୍ୟ ଲାଗି କରିବା ପରେ ଏହାକୁ ଘରକୁ ଆଣି ସେଥିରେ ପାଣି ମିଶାଇ ଅଣସର ପଣା ପ୍ରସ୍ତୁତ କରିଥାନ୍ତି । ଏହି ପଣା ମାନବ ପାନ କଲେ ଶରୀର ରୋଗମୁକ୍ତ ହୋଇଥାଏ ବୋଲି ବିଶ୍ଵାସ ରହିଛି ।
ଗୋଟିଏ ପଟେ ଅସୁସ୍ଥ ଥିବା ମହାପ୍ରଭୁଙ୍କ ସୁସ୍ଥତା ପାଇଁ ଦଇତାପତି ସେବକମାନେ ସମସ୍ତ ପ୍ରକାର ଚେଷ୍ଟା ଚଳାଇ ଥିବାବେଳେ ଅନ୍ୟପଟେ ଶ୍ରୀମନ୍ଦିର ଦର୍ଶନରେ ଆସୁଥିବା ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ବଦଳରେ ପଟିଦିଅଁଙ୍କୁ ଦର୍ଶନ କରୁଛନ୍ତି ।

Related Topics
Explore more stories