Videos
|
Odisha

Puri Srimandir / ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ

Rashmita Mishra
Browse all articles by Rashmita Mishra
·9 months ago·2 min read
ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ

Key Points

ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । 
ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ରହିଛି ବିଶ୍ଵାସ  ।


ଆଜି ପଞ୍ଚୁକର ତୃତୀୟ ଦିବସ ତଥା ପବିତ୍ର କାର୍ତ୍ତିକ ଶୁକ୍ଳ ଚତୁର୍ଦ୍ଦଶୀ ତିଥି  । ପଞ୍ଚୁକର ଆଜି ଚତୁର୍ଦ୍ଦଶୀ ଅବସରରେ ମହାପ୍ରଭୁଙ୍କର ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେଉଛି। ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ । ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି। ତେଣୁ ସେହି ସ୍ମୃତିରେ କାର୍ତ୍ତିକ ମାସର ଏହି ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିହଂ ବେଶ ଅନୁଷ୍ଠିତ ହୋଇଥାଏ।

ଶ୍ରୀମନ୍ଦିରରେ ଅବକାଶ ନୀତି ବଢ଼ିବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ପାଟବସ୍ତ୍ରରେ ବିଭୂଷିତ କରି ଏହି ବେଶ କରିଥାନ୍ତି। ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି। ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ହଳମୂଷଳ ଧାରଣ କରିଥାନ୍ତି।

ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ ବଳଭଦ୍ର ମସ୍ତକରେ ଯେଉଁ ଚୂଳ ଧାରଣ କରିଥାନ୍ତି ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ଼ ବାଗିଆ ଲଗାଯାଇଥାଏ। ତେଣୁ ଏହି ବେଶକୁ ଡ଼ାଳିକିଆ ବେଶ ମଧ୍ୟ କୁହାଯାଏ। ବୁଧବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବାକୁ ଥିବା ବେଳେ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୁଡାନ୍ତ ହୋଇଛି। ମହାପ୍ରଭୁଙ୍କ ଏହି ଦୁର୍ଲଭ ସୁନାବେଶ ଦର୍ଶନ କରିବା ପାଇଁ ଭକ୍ତମାନେ ବେଶ୍ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

ସେପଟେ ପବିତ୍ର ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି । ପଞ୍ଚୁକରେ କେବଳ ସିଂହଦ୍ଵାର ଦେଇ ଭକ୍ତଙ୍କ ପ୍ରବେଶ ଅନୁମତି ଥିବାବେଳେ ଅନ୍ୟ ୩ ଦ୍ଵାର ପ୍ରସ୍ଥାନ ବ୍ୟବସ୍ଥା ହୋଇଛି । ଅଥଚ ରବିବାର ସନ୍ଧ୍ୟାରେ ଉତ୍ତର ଦ୍ଵାରରେ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଥିଲା ।

ପଞ୍ଚୁକରେ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ, ଗହଳି ନିୟନ୍ତ୍ରଣ, ଉଭୟ ଶ୍ରୀମନ୍ଦିର ଭିତରେ ଓ ବାହାରେ ସୁରକ୍ଷା ବ୍ୟବସ୍ଥା ଉପରେ ଡିଜିପି ଗୁରୁତ୍ଵ ଦେଇ ଆଲୋଚନା କରିଛନ୍ତି । ଆହୁରି ମଧ୍ୟ ୫ ଜଣ ଅତିରିକ୍ତ ଏସପି, ୧୬ ଡିଏସପି, ୩୫ ଇନ୍ସପେକ୍ଟର, ୧୩୮ ସବ ଇନସ୍ପେକ୍ଟର କିମ୍ବା ଆସିଷ୍ଟାଣ୍ଟ ସବ ଇନ୍ସପେକ୍ଟର, ୨୪ ହାବିଲଦାର, ୧୪୭ କନଷ୍ଟେବଳ, ୩୩୪ ହୋମ ଗାର୍ଡ ଓ ୯୬ ସେକ୍ସନ ଫୋର୍ସ ନିୟୋଜିତ ହୋଇଛନ୍ତି । ବଡ଼ଦାଣ୍ଡ ମାର୍କେଟ ଛକରୁ ନୋ ଭେଇକିଲ୍ ଜୋନ କରାଯାଇଛି । ଦିଗବାରିଣୀ ଛକରୁ ଯାତ୍ରିକା ପାର୍କିଂ ପର୍ଯ୍ୟନ୍ତ ଗାଡ଼ି ଛଡ଼ା ଯାଉ ନାହିଁ । ଶ୍ରୀମନ୍ଦିର ଭିତରେ ଗରୁଡ଼ ସ୍ତମ୍ଭଠାରୁ ଭିତର କାଠ ପର୍ଯ୍ୟନ୍ତ ଭିଡ଼ ନିୟନ୍ତ୍ରଣ ପାଇଁ କ୍ଲିୟରାନ୍ସ ପାର୍ଟି ମୁତୟନ ହୋଇଛନ୍ତି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Puri Srimandir | Lord Jagannath’s Lakshmi Nrusingha Besha at Srimandir Today | Puri Temple Special Ritual | Argus News