Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ 

Manini Pattanayak
Browse all articles by Manini Pattanayak
·1 year ago·1 min read
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ 

ପୁରୀ:  ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଆଜିର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ଜଗନ୍ନାଥଙ୍କୁ କୃଷ୍ଣ ଓ ଶ୍ରୀ ବଳଭଦ୍ରଙ୍କୁ ବଳରାମ ରୂପରେ ସୁସଜ୍ଜିତ କରାଯିବ । ଦେବୀ  ସୁଭଦ୍ରା ଚତୁର୍ଭୁଜ ଧାରଣ କରି ଭିନ୍ନଭିନ୍ନ ଆୟୁଧ ସହ ପଦ୍ମାସନରେ ଉପବେସନ କରିବେ । ଉଭୟ କୃଷ୍ଣ ଏବଂ ବଳରାମ କାଷ୍ଠ ନିର୍ମିତ ଦୁଇ ଗୋଡ଼ ଛନ୍ଦି ଛନ୍ଦପୟର ମୁଦ୍ରାରେ ରହିଥାନ୍ତି । ଜଗନ୍ନାଥଙ୍କ ଗୋଟିଏ ହାତରେ ସୁବର୍ଣ୍ଣ ବଂଶୀ ଓ ଅନ୍ୟ ହସ୍ତରେ ପଦ୍ମ ଫୁଲ ଶୋଭାପାଏ ।

ବଳରାମଙ୍କ ଡାହାଣ ହାତରେ ଶିଙ୍ଘ ଓ ବାମ ହସ୍ତରେ ପଦ୍ମ ଫୁଲ ମଧ୍ୟ ଶୋଭାପାଏ । କିରୀଟ ଉପରେ ସୋଲରେ ନିର୍ମିତ ସପ୍ତଫେଣିଆ ସର୍ପ ବିରାଜମାନ କରିଥାଏ । ଏହି ବେଶରେ ଶ୍ରୀ ଜଗନ୍ନାଥ ଓ ଶ୍ରୀ ବଳଭଦ୍ର ଗୋଟିଏ ଗୋଟିଏ ପାଗ ପିନ୍ଧିଥାନ୍ତି । ସେହି ପାଗ ଦ୍ବୟ କିରୀଟଯୁକ୍ତ ହୋଇଥାଏ । ରତ୍ନ ସିଂହାସନ ଉପରେ ଖଞ୍ଜାଯାଇଥିବା ଏକ କ୍ଷୁଦ୍ରକାଷ୍ଠ ନିର୍ମିତ ତଥା ଜରି ଜମ୍ବୁରାରେ ଆଚ୍ଛାଦିତ ସିଂହାସନରେ ଚକାମୁଣ୍ଡି ପକାଇ ପ୍ରଭୁ ପଦ୍ମାସନରେ ଉପନିବେଶ କରିଥାନ୍ତି । ଦ୍ବିପ୍ରହର ଧୂପ ପରେ ଏହି ବେଶ ଆରମ୍ଭ ହୋଇ ସନ୍ଧ୍ୟା ଧୂପ ପର୍ଯ୍ୟନ୍ତ ରହିଥାଏ । ଏହି ବେଶରେ ଖିରି ଓ ଅମାଲୁ ଭୋଗ ଲାଗିଥାଏ । କୃଷ୍ଣ ବଳରାମ ବେଶରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୁଣ୍ୟ ମିଳିଥାଏ ବୋଲି ବିଶ୍ବାସ ରହିଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Lord Krishna Balaram Besh in the temple puri today | Argus News