Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଲଘୁଚାପ ଅବପାତରେ ପରିଣତ

Banajyotshna Ray
Browse all articles by Banajyotshna Ray
·1 year ago·1 min read
ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଲଘୁଚାପ ଅବପାତରେ ପରିଣତ

Key Points

ଅବପାତର ରୂପ ନେଲା ଲଘୁଚାପ

ପୂର୍ବ-ଉତ୍ତରପୂର୍ବ ଦିଗରେ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ

ଅବପାତର ରୂପ ନେଲା ଲଘୁଚାପ । ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ଲଘୁଚାପ ଅବପାତରେ ପରିଣତ ହୋଇଛି l ଏହା ପାରାଦୀପ ଠାରୁ ପୂର୍ବ-ଉତ୍ତରପୂର୍ବ ଦିଗରେ ୧୯୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଉତ୍ତର ଆଡ଼କୁ ଗତି କରି ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ସାଗର ଦୀପ ଏବଂ ବାଂଲାଦେଶର ଖେପୁପାରା ମଧ୍ୟରେ ଆଜି ମଧ୍ୟାହ୍ନ ସମୟରେ ଅତିକ୍ରମ କରିବା ସମ୍ଭାବନା ରହିଛି l


ଲଘୁଚାପ ସହ ମୌସୁମୀ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ଜାରି । ଆହୁରି ୩ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା-ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ସେହିପରି କେନ୍ଦୁଝର, ଯାଜପୁର, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତାକାଲି ଝଡ଼ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ । ଆସନ୍ତାକାଲି ଯାଏ ସମୁଦ୍ର ଭିତରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
low-pressure-area-develops-into-depression-along-west-bengal-bangladesh-coast | Argus News