Videos
|
Odisha

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Banajyotshna Ray
Browse all articles by Banajyotshna Ray
·1 year ago·1 min read
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Key Points

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଆଗାମୀ ୨ ଦିନରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨ ଦିନରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ଥିବାବେଳେ ୨୯ ତାରିଖ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ଏଥର ପୂଜା ମଜା ଭସେଇନେବ ବର୍ଷା। ତୁହାକୁ ତୁହା ବର୍ଷା ଆଣୁଛି ଲଘୁଚାପ। ଉତ୍ତରପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ। ଲଘୁଚାପ ଯୋଗୁଁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ।

କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ଆଜିଠୁ ବଢ଼ିବ ବର୍ଷା ପରିମାଣ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଅଧିକ ସୂଚନା ଜାରି କରାଯାଇଛି।


ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: