Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଲଘୁଚାପ କ୍ଷେତ୍ର ସୃଷ୍ଟି, ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶାକୁ ପ୍ରବଳ ବର୍ଷା

Smruti Parija
Browse all articles by Smruti Parija
·1 year ago
ଲଘୁଚାପ କ୍ଷେତ୍ର ସୃଷ୍ଟି, ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶାକୁ ପ୍ରବଳ ବର୍ଷା

Key Points

ଲଘୁଚାପ କ୍ଷେତ୍ର ସୃଷ୍ଟି

ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶାକୁ ପ୍ରବଳ ବର୍ଷା

ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶାକୁ ପ୍ରବଳ ବର୍ଷା । ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ୨ ଦିନ ଯାଏଁ ଉତ୍ତର ଓଡିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।


ଲଘୁଚାପ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୩ ତାରିଖ ଯାଏଁ ପ୍ରବଳ ବର୍ଷା ହୋଇପାରେ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored