Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ଆଗକୁ ପ୍ରବଳ ବର୍ଷା

Odisha

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ଆଗକୁ ପ୍ରବଳ ବର୍ଷା

Ritu Das
Browse all articles by Ritu Das
·1 year ago
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ଆଗକୁ ପ୍ରବଳ ବର୍ଷା

ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ସୂଚନା ଦେଇଛି । କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। 

ଏହାସହ ଜଡିତ ସଂପୃକ୍ତ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳିରହିଛି। ଲଘୁଚାପ କ୍ଷେତ୍ର ଅଧିକ ଘନିଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି, ଆସନ୍ତା ଦୁଇ ଦିନରେ ଓଡିଶା ଉପକୂଳ ଛୁଇଁବାର ସମ୍ଭାବନା ରହିଛି। 

ଗୋଟିଏ ଲଘୁଚାପ ସକ୍ରିୟ ରହିଥିବାବେଳେ ଆଉ ଏକ ଲଘୁଚାପ ସୃଷ୍ଟି ହେଉଥିବାରୁ, ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Low pressure area | Argus News