Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

Update / ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି , ୪ ଦିନ ଲାଗି ରହିବ ବର୍ଷା

Swoyang prajna Mishra
Browse all articles by Swoyang prajna Mishra
·10 months ago·1 min read
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି , ୪ ଦିନ ଲାଗି ରହିବ ବର୍ଷା

Key Points

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

୨୪ ଘଣ୍ଟାରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତିକରିବା ସମ୍ଭାବନା

ଆହୁରି ୪ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର l ଯାହା ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତିକରିବା ସମ୍ଭାବନା ରହିଛି I ଯାହର ପ୍ରଭାବରେ ରାଜ୍ୟରେ ଆହୁରି 4 ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା I ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ାକୁ ଭାରି ବର୍ଷା କାରଣରୁ ରେଡ୍ ଆଲର୍ଟ ଜାରି କରିଛି ବିଭାଗ I


ପୁଣି ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କଟକ, କୋରାପୁଟ ସହିତ ନବରଙ୍ଗପୁର ଜିଲ୍ଲା କୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି I ସେପଟେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ଥିବା ବେଳେ ସମୁଦ୍ର ଅଶାନ୍ତ ରହିବାର ବି ସମ୍ଭାବନା ରହିଛି। ମତ୍ସ୍ୟଜିବୀଙ୍କୁ ଗଭୀର ସମୁଦ୍ର ଭିତରକୁ ଯିବାକୁ ମନା କରିଛି ବିଭାଗ I

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Update | Low pressure area forms in northwest Bay of Bengal | Argus News