Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା , ୩ ଦିନ ବର୍ଷା ଆଲର୍ଟ

Swoyang prajna Mishra
Browse all articles by Swoyang prajna Mishra
·11 months ago·1 min read
ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା , ୩ ଦିନ ବର୍ଷା ଆଲର୍ଟ

Key Points

ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟାରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡଘଡି ବର୍ଷାର ସମ୍ଭାବନା ଥିବା ବେଳେ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ଓ ତତ୍ସଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଆଗାମୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବ। ଫଳରେ ରାଜ୍ୟରେ ୩ ଦିନ ଧରି ଭାରି ଓ ବିସ୍ତୃତି ବର୍ଷାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ।


ବିଶେଷ କରି ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ଆସନ୍ତା ୨୪ ଘଣ୍ଟାରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡଘଡି ବର୍ଷାର ସମ୍ଭାବନା ଥିବା ବେଳେ କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେପଟେ ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆଜି ଠାରୁ ୧୬ ତାରିଖ ଯାଏ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Low pressure area likely to form today | Argus News