Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଗାମୀ ୧୨ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ

Odisha

ଆଗାମୀ ୧୨ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ

Rashmita Mishra
Browse all articles by Rashmita Mishra
·12 months ago·1 min read
ଆଗାମୀ ୧୨ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ

Key Points

ଆଗାମୀ ୧୨ଘଣ୍ଟା ମଧ୍ୟରେ ଲଘୁଚାପ

ପରବର୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତ

ଆଗାମୀ ୧୨ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ ।

ଏହା ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ହେବ । ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ଏପଟେ କାଳବୈଶାଖୀ ବର୍ଷା ପାଇଁ ୭ ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ୱାର୍ଣ୍ଣିଂ ।

ପୂର୍ବ କେନ୍ଦ୍ରୀୟ ଆରବ ସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ଦିଗରେ ଗତିକରିବା ସହ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
low-pressure-area-to-form-in-next-12-hours | Argus News